ଜଗତସିଂହପୁର, ତା-୦୬.୧୨.୨୦୨୩ରିଖ ସୁମନ୍ତ କୁମାର ଦାସ: ଆଜି ଜଗତସି°ହପୁର ଠାରେ ଭାରତୀୟ ସମ୍ବିଧାନର ପ୍ରଣେତା ଡଃ ବି ଆର ଆମ୍ବେଦକର ଙ୍କର ପବିତ୍ର ମହାପ୍ରୟାଣ ଦିବସ ପାଳିତ ହୋଇ ଯାଇଅଛି।ଏହି ଅବସରରେ ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱରୀ ଜିଲ୍ଲାପାଳ ଙ୍କ କାର୍ଯ୍ଯାଳୟ ସମ୍ମୁଖରେ ଥିବା ଆମ୍ବେଦକର ଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ କରିଥିଲେ।ଅନ୍ୟ ମାନଙ୍କ ମଧ୍ୟରେ ଜଗତସିଂହପୁର ପୌର ପରିଷଦର ଅଧ୍ୟକ୍ଷା ଶ୍ରୀମତୀ ଅର୍ଚ୍ଚନା ସିଂହ,ଉପାଧ୍ୟକ୍ଷ ଶ୍ରୀ ରାଜେନ୍ଦ୍ର କୁମାର ବିଶୋଇ, ପୌର ପରିଷଦର କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ଅଶୋକ କୁମାର କର୍ଣ୍ଣ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ କାମିନୀ ରଞ୍ଜନ ପଟ୍ଟନାୟକ, ଜିଲ୍ଲା ସଂସ୍କୃତି ଅଧିକାରୀ ଶ୍ରୀ ଦିଲ୍ଲୀପ କୁମାର ଜେନା,ପୌରପରିଷଦ ର ମୁଖ୍ୟ ସହାୟକ ଶ୍ରୀ ଦିପକ ପଟ୍ଟନାୟକ ଏବଂ ପୌର ପରିଷଦ ର କର୍ମକର୍ତ୍ତା ଓ ଗଣମାଧ୍ୟମ ପ୍ରତିନିଧି ମାନେ ଉପସ୍ଥିତ ରହି ଆମ୍ବେଦକରଙ୍କ ପ୍ରତିମୂର୍ତ୍ତୀ ରେ ପୁଷ୍ପ ମାଲ୍ୟ ଅର୍ପଣ କରିଥିଲେ।
Sign in
Sign in
Recover your password.
A password will be e-mailed to you.