ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂଆ-ଓ ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଧାରାରେ ଦ୍ବିତୀୟ ଦିବସର ସାଂସ୍କୃତିକ କାର୍ଯ୍ୟକ୍ରମ

3

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂଆ-ଓ ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଧାରାରେ ଦ୍ବିତୀୟ ଦିବସର ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।
ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରାୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ସ୍ଥାନୀୟ ପାରଳାଖେମୁଣ୍ଡି ବିଶିଷ୍ଟ ସଂଗୀତଜ୍ଞ ଗୁରୁ ଶ୍ରୀ ରଘୁନାଥ ପାତ୍ର ମୁଖ୍ୟ ଅତିଥି ରୂପେ ଯୋଗ ଦେଇଥିଲେ।
ଆୟୋଜିତ ଉତ୍ସବରେ ଶିକ୍ଷାନୁଷ୍ଠାନର ଅଧ୍ୟକ୍ଷା ଶ୍ରୀମତୀ ଅମ୍ବିକା ଦେବୀ ଅଧ୍ୟକ୍ଷତା କରିବା ସହ ତାଙ୍କ ବକ୍ତବ୍ୟରେ ଛାତ୍ରୀମାନଙ୍କ ପାଇଁ ବହୁମୂଲ୍ୟ ଉପଦେଶ ପ୍ରଦାନ କରିଥିଲେ। ଏହି ଅବସରରେ ଶିକ୍ଷାନୁଷ୍ଠାନ ପକ୍ଷରୁ ଗୁରୁ ଶ୍ରୀ ପାତ୍ରଙ୍କୁ ଉପଢୌକନ ଓ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା।
ମୁଖ୍ୟ ଅତିଥି ଗୁରୁ ଶ୍ରୀ ରଘୁନାଥ ପାତ୍ର ଶିକ୍ଷାନୁଷ୍ଠାନ ସହ ତାଙ୍କର ଆତ୍ମୀୟତା ଏବଂ ଛାତ୍ରୀମାନଙ୍କ ପ୍ରତି ଶ୍ରଦ୍ଧା ଜ୍ଞାପନ କରିଥିଲେ। କାର୍ଯ୍ୟକ୍ରମରେ ଅନ୍ୟ ମାନଙ୍କ ମଧ୍ୟରେ ସାଂସ୍କୃତିକ କାର୍ଯ୍ୟକ୍ରମ ମୁଖ୍ୟ ଡଃ ମନସ୍ବିନୀ ଦାସଙ୍କ ସହ ନୋଡାଲ ଅଫିସର ଶ୍ରୀମତୀ ସୋଫିଆ ମଣ୍ଡଳ ଉପସ୍ଥିତ ଥିଲେ।
କାର୍ଯ୍ୟକ୍ରମ ପ୍ରାରମ୍ଭରେ ସଂସ୍କୃତ ବିଭାଗର ଅଧ୍ୟାପିକା ଡି. ପ୍ରିୟଙ୍କା ଅତିଥି ପରିଚୟ ପ୍ରଦାନ କରିବା ସହ କାର୍ଯ୍ୟକ୍ରମ ଶେଷରେ ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।ଏତଦ୍ ବ୍ୟତୀତ ୧୦୦ ରୁ ଉର୍ଦ୍ଧ୍ଵ ଛାତ୍ରୀମାନେ ସଙ୍ଗୀତ , କବିତା ଆବୃତ୍ତି , ଗଳ୍ପ କଥନ , ପାରମ୍ପରିକ ଖାଦ୍ୟ ପ୍ରଦର୍ଶନ , ପାରମ୍ପରିକ ଫ୍ୟାଶନ ଶୋ , ଷ୍ଟାଣ୍ଡ ଅପ୍ କମେଡ଼ି ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିଥିଲେ।

Leave A Reply

Your email address will not be published.