ନୟାଗଡ଼,(ଲକ୍ଷ୍ମୀଧର ସାହୁ,):ବିଶ୍ୱବିଶୃତ ନଭବିଜ୍ଞାନୀ ମହାମହପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ବା ପଠାଣି ସାମନ୍ତଙ୍କ ୧୮୯ତମ ଜୟନ୍ତୀ ଉପଲକ୍ଷେ ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ଜିଲ୍ଲା ପ୍ରଶାସନ ଏବଂ ପଠାଣି ସାମନ୍ତ ଜନ୍ମଜୟନ୍ତୀ କମିଟି ପକ୍ଷରୁ ଆଜି ପୂର୍ବାହ୍ନରେ ପୁଷ୍ପ ଏବଂ ମାଲ୍ୟାର୍ପଣ କରାଯାଇଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସଂସ୍କୃତି ଅଧିକାରୀ ଟଙ୍କଧର ଭୋଇ,ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସୁରେନ୍ଦ୍ର କୁମାର ସାହୁ, ପଠାଣି ସାମନ୍ତ ଜୟନ୍ତୀ କମିଟି ସଭାପତି ସମାଜସେବୀ ପ୍ରମୋଦ ପଟ୍ଟନାୟକ, ଅବସରପ୍ରାପ୍ତ ପ୍ରାଧ୍ୟାପକ ହରପ୍ରସାଦ ମହାପାତ୍ର,ନାଟ୍ୟଭୂଷଣ ଡ ବିଜୟ ଚୌଧୁରୀ,ସମାଜସେବୀ ଦାମୋଦର ସାହୁ, ଅନାଦି ଚରଣ ମହାନ୍ତି,ଦୁର୍ଯ୍ୟୋଧନ ସାହୁ,ଡ ନିର୍ମଳ ଶୁରଦେଓ,ଶ୍ରୀକାନ୍ତ ପଟ୍ଟନାୟକ, ଲକ୍ଷ୍ମୀଧର ସାହୁ, କଣ୍ଠଶିଳ୍ପୀ ପ୍ରଶାନ୍ତ ଦାଶ,ଗୋକୁଳ ଷଡଙ୍ଗୀ,ଲଳିତ ମିଶ୍ର,ଉମେଶ ସ୍ବାଇଁ ପ୍ରମୁଖ ଉପସ୍ଥିତ ଥିଲେ। ଶିଶୁ ମନ୍ଦିରର ପ୍ରଧାନ ଆଚାର୍ଯ୍ୟ ଅମ୍ବିକା ପ୍ରସାଦ ପଟ୍ଟନାୟକଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ଗୁରୁଜୀ ଓ ଗୁରୁମା ମାନେ ସହଯୋଗ କରିଥିଲେ।
Sign in
Sign in
Recover your password.
A password will be e-mailed to you.
Next Post