ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି: ଗୁଣପୁର ମହାବିଦ୍ୟାଳୟରେ ସ୍ନାତକ ଶ୍ରେଣୀର ନୂଆ -ଓ କାର୍ଯ୍ୟକ୍ରମ ଉଦ୍ଘାଟିତ ହୋଇଯାଇଛି । ଏଥିରେ ଆଇନ ମନ୍ତ୍ରୀ ଶ୍ରୀଯୁକ୍ତ ଜଗନ୍ନାଥ ସାରାକା ମୁଖ୍ୟ ଅତିଥି ରୂପେ ଯୋଗ ଦେଇ ଛାତ୍ରଛାତ୍ରୀମାନଙ୍କୁ ଉଦବୋଧନ ଦେଇଥିଲେ ଏବଂ କାର୍ଯ୍ୟକ୍ରମର ଶୁଭ ଉଦ୍ଘାଟନ କରିଥିଲେ । ଛାତ୍ରଛାତ୍ରୀମାନଙ୍କର ଲୁକ୍କାୟିତ ପ୍ରତିଭାର ବିକାଶ ରାଜ୍ୟ ସରକାରଙ୍କ ମୂଳ ଲକ୍ଷ୍ୟ ବୋଲି ସେ ତାଙ୍କର ବକ୍ତବ୍ୟରେ କହିଥିଲେ । ସେହିପରି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ଉପଦେଷ୍ଟା ସୁଧୀର ଦାଶ, ରାୟଗଡ଼ା ଜିଲ୍ଲାର ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷା ଶ୍ରୀମତୀ ଅନୁସୟା ମାଝୀ , ରାୟଗଡ଼ା ଜିଲ୍ଲା ପରିଷଦର ଅଧ୍ୟକ୍ଷା ସୁଶ୍ରୀ ସରସ୍ଵତୀ ମାଝୀ, ଗୁଣପୁର ବିଧାୟକ ଶ୍ରୀଯୁକ୍ତ ରଘୁନାଥ ଗମାଙ୍ଗ ଅନ୍ୟତମ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିବା ସହ ଯୁବ ସମାଜର ବିକାଶ ହେଲେ ରାଜ୍ୟର ବିକାଶ ସମ୍ଭବ ବୋଲି ନିଜ ନିଜର ବକ୍ତବ୍ୟ ଉପସ୍ଥାପନ କରିଥିଲେ । ମହାବିଦ୍ୟାଳୟ ପରିଚାଳନା କମିଟିର ଅଧ୍ୟକ୍ଷ ଶ୍ରୀଯୁକ୍ତ ମୋହନ ଚନ୍ଦ୍ର ସାହୁ ଉପସ୍ଥିତ ରହି ଉଚ୍ଚ ଶିକ୍ଷା ବିଭାଗ ତଥା ଓଡ଼ିଶା ସରକାରଙ୍କୁ ଏହି କାର୍ଯ୍ୟକ୍ରମ ପାଇଁ ସାଧୁବାଦ ଜଣାଇଥିଲେ । ଅଧ୍ୟକ୍ଷ ଶ୍ରୀଯୁକ୍ତ ଶଶୀଭୂଷଣ ମହାନ୍ତି ସ୍ବାଗତ ଭାଷଣ ପ୍ରଦାନ କରି କହିଲେ ଛାତ୍ରଛାତ୍ରୀମାନେ ଶୃଙ୍ଖଳିତ ମନୋଭାବ ନେଇ ସାମାଜିକ, ସାଂସ୍କୃତିକ ଓ କ୍ରୀଡ଼ା କାର୍ଯ୍ୟକ୍ରମରେ ଭାଗ ନେବା ପାଇଁ ପରାମର୍ଶ ଦେଇଥିଲେ । ଅଧ୍ୟାପକ ଜଗନ୍ନାଥ ଦୀପ ଅତିଥି ପରିଚୟ ପ୍ରଦାନ କରିଥିଲେ । ଏ କାର୍ଯ୍ୟକ୍ରମର ଆଭିମୁଖ୍ୟ ସଂପର୍କରେ ନୋଡାଲ ଅଫିସର ଡକ୍ଟର ସତ୍ୟବାନ ଗରଡ଼ା ମତବ୍ୟକ୍ତ କରି ତା. ୧୩ ଡିସେମ୍ବର ରୁ ଆସନ୍ତା ତା. ୨୨ ଡିସେମ୍ବର ୨୦୨୩ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ବୋଲି ସୂଚନା ପ୍ରଦାନ କରିଥିଲେ । ମୁଖ୍ୟତଃ ତିନିଗୋଟି ପର୍ଯ୍ୟାୟରେ ଏହା ଅନୁଷ୍ଠିତ ହେବ ,ଯଥା – ଖେଳ କାର୍ଯ୍ୟକ୍ରମ, ସାଂସ୍କୃତିକ କାର୍ଯ୍ୟକ୍ରମ ଓ ସାମାଜିକ କାର୍ଯ୍ୟକ୍ରମ । ଅଧ୍ୟାପକ ଅମିୟ ରଞ୍ଜନ ମହାନ୍ତି ଅତିଥି ମାନଙ୍କୁ ମଞ୍ଚକୁ ନିମନ୍ତ୍ରଣ କରିଥିଲେ ଓ ପ୍ରାଧ୍ୟାପକ ଡକ୍ଟର ସୂର୍ଯ୍ୟନାରାୟଣ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ । ଶେଷରେ ସମସ୍ତ ଅତିଥିମାନଙ୍କୁ ଉପଢୌକନ ଓ ଉପହାର ଦେଇ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା । କାର୍ଯ୍ୟକ୍ରମ ଆରମ୍ଭରେ ଏକ ବିରାଟ ମଶାଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା । ଛାତ୍ରଛାତ୍ରୀମାନେ ଆଦିବାସୀ ନୃତ୍ୟ ମାଧ୍ୟମରେ ଅତିଥି ମାନଙ୍କୁ ସ୍ଵାଗତ ଜଣାଇଥିଲେ ।
Sign in
Sign in
Recover your password.
A password will be e-mailed to you.