ଚିଲିକାରେ ବେଆଇନ ଘେରି ଉଚ୍ଛେଦ ଅଭିଯାନ lll

0

ବାଲୁଗାଁ (ସେକ କୌସର ): ଉଚ୍ଚ ନ୍ୟାୟାଳୟଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟ ସରକାର ପ୍ରକୃତିମୟୀ ନିଳାମ୍ବୁ ଚିଲିକାରୁ ବେଆଇନ ଘେରି ଉଛେଦ ଅଭିଯାନ ଜାରି ରଖିଛନ୍ତି। ଏହି ପରିପ୍ରେକ୍ଷୀରେ ଆଜି ପୂର୍ବାହ୍ନରେ ଚିଲିକାରେ ବେଆଇନ ଘେରି ଉଚ୍ଛେଦ ଅଭିଯାନରେ ପାଖାପାଖି ୪୧୮ ହେକ୍ଟର ଅଞ୍ଚଳ ଘେରିମୁକ୍ତ ହୋଇଛି। ଉକ୍ତ ଅଭିଯାନରେ ଚିଲିକା ତହସିଲଦାର ଚକ୍ରଧର ପାଢ଼ୀ, ସିଡିଏ କର୍ମଚାରୀ, ପୋଲିସ କର୍ମଚାରୀ, ମତ୍ସ୍ୟବିଭାଗ କର୍ମଚାରୀ, ୩ ରାଜସ୍ୱ ନିରୀକ୍ଷକ, ରାଜସ୍ୱ ସୁପରଭାଇଜର ଓ ଟିମ ସାମିଲ ଥିଲେ।ଚିଲିକା ବ୍ଲକ ଅନ୍ତର୍ଗତ ବାଲୁଗାଁ ଜେଟି ଠାରୁ ଚିଲିକା ମଧ୍ୟରେ ପ୍ରାୟତଃ ୪୧୮ ହେକ୍ଟର ଅଞ୍ଚଳକୁ ଘେରିମୁକ୍ତ କରାଯାଇଛି। ସକାଳ ୭.୩୦ ରୁ ଅପରାହ୍ନ ୧.୩୦ ପର୍ଯ୍ୟନ୍ତ ଉକ୍ତ ଉଛେଦ ଅଭିଯାନ ଚାଲିଥିବା ବେଳେ ସମୁଦାୟ ୨୦ କୁଇଣ୍ଟାଲ ଜିରୋ ନେଟ ଜବତ କରାଯାଇଥିବା ତହସିଲଦାର ଶ୍ରୀ ପାଢ଼ୀ ସୂଚନା ଦେଇଛନ୍ତି।

Leave A Reply

Your email address will not be published.