ନୟାଗଡ଼,(ଲକ୍ଷ୍ମୀଧର ସାହୁ) :ନୟାଗଡ଼ ଜିଲ୍ଲାର ଅଗ୍ରଣୀ ସଙ୍ଗୀତାନୁଷ୍ଠାନ ‘ସଙ୍ଗୀତଧାରା’ ପକ୍ଷରୁ ପ୍ରଥମ ପର୍ଯ୍ୟାୟ ଜୋନସ୍ତରୀୟ ଭକ୍ତି ସଙ୍ଗୀତ ପ୍ରତିଯୋଗିତା ଖଣ୍ଡପଡା ସାମନ୍ତ ଚନ୍ଦ୍ରଶେଖର ଶିକ୍ଷାକେନ୍ଦ୍ର ଠାରେ ଅନୁଷ୍ଠିତ ହୋଇଯାଇଛି । ଖଣ୍ଡପଡ଼ା ଏବଂ ଭାପୁର ବ୍ଲକର ପ୍ରତିଯୋଗୀ ମାନଙ୍କୁ ନେଇ ଅନୁଷ୍ଠିତ ଜୋନ୍ ସ୍ତରୀୟ ପ୍ରତିଯୋଗିତାକୁ ମୁଖ୍ୟଅତିଥି ଭାବେ ବିଶିଷ୍ଟ ଚିତ୍ରଶିଳ୍ପୀ ଲଡୁକିଶୋର ସିଂ ସାମନ୍ତ ଯୋଗଦେଇ ପ୍ରଦୀପ ପ୍ରଜ୍ଜଳନ ସହିତ ବିଧିବଦ୍ଧ ଭାବେ ଉଦଘାଟନ କରିଥିଲେ । ଅନୁଷ୍ଠାନର ସଭାପତି ଡ.ବିଜୟ ଚୌଧୁରୀଙ୍କ ପୌରୋହିତ୍ୟରେ ଆୟୋଜିତ ଉଦ୍ଘାଟନୀ ସଭାରେ ସଙ୍ଗୀତଧାରାର ମୁଖ୍ୟ ପୃଷ୍ଠପୋଷକ ପ୍ରମୋଦ ପଟ୍ଟନାୟକ ସଙ୍ଗୀତଧାରାର ଆଭିମୁଖ୍ୟ ଏବଂ ପ୍ରତିଯୋଗିତାର ନିୟମାବଳୀ ତଥା କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ। ଉଦଘାଟନୀ ସଭାରେ ଅନ୍ୟତମ ଅତିଥି ଭାବେ ସମାନ୍ତ ଚନ୍ଦ୍ରଶେଖର ଶିକ୍ଷା କେନ୍ଦ୍ରର ଅଧ୍ୟକ୍ଷ ବିଷ୍ଣୁପ୍ରସାଦ ରଥ ଯୋଗଦାନ କରିଥିବା ବେଳେ ସମ୍ପାଦକ କଣ୍ଠଶିଳ୍ପୀ ପ୍ରଶାନ୍ତ ଦାଶ ଧନ୍ୟବାଦ ପ୍ରଦାନ କରିଥିଲେ । ପ୍ରଥମ ପର୍ଯ୍ୟାୟ ପ୍ରତିଯୋଗୀତାରେ ବିଭିନ୍ନ ବିଦ୍ୟାଳୟ ଏବଂ ମହାବିଦ୍ୟାଳୟରୁ ୧୪ରୁ ୨୪ବର୍ଷ ବୟସ୍କ ୨୦ରୁ ଉର୍ଦ୍ଧ୍ୱ ପ୍ରତିଯୋଗୀ ଭାଗ ନେଇଥିଲେ । ସେମାନଙ୍କ ମଧ୍ୟରୁ ୧୦ଜଣ ପ୍ରତିଯୋଗୀ ଦ୍ୱିତୀୟ ପର୍ଯ୍ୟାୟ ତଥା ସେମି ଫାଇନାଲକୁ ଉତ୍ତୀର୍ଣ୍ଣ ହୋଇଛନ୍ତି । ଏହି ପ୍ରତିଯୋଗିତାରେ ବିଚାରକ ଭାବେ ଗୀତିକାର ତଥା କଣ୍ଠଶିଳ୍ପୀ ଜଗଦୀଶ ରଥ,ସଙ୍ଗୀତ ନିର୍ଦ୍ଦେଶକ କଣ୍ଠଶିଳ୍ପୀ ପ୍ରଶାନ୍ତ ଦାଶ ଏବଂ ସଙ୍ଗୀତ ନିର୍ଦ୍ଦେଶିକା କଣ୍ଠଶିଳ୍ପୀ ଜୟଶ୍ରୀ ଦେବୀ ଯୋଗଦାନ କରି ଶ୍ରେଷ୍ଠ ୧୦ଜଣ ପ୍ରତିଯୋଗୀଙ୍କୁ ବାଛିଥିଲେ । ସଙ୍ଗୀତଧାରା ପକ୍ଷରୁ ଲକ୍ଷ୍ମୀଧର ସାହୁ,ଅଶୋକ ମଲ୍ଲ,ଭବାନୀ ଶଙ୍କର ସିଂ ସାମନ୍ତ, ଦୀନବନ୍ଧୁ ସାହୁ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ । ଆସନ୍ତା ଜାନୁୟାରୀ ୭ ତାରିଖରେ ଦଶପଲ୍ଲା ଠାରେ ଦଶପଲ୍ଲା, ଗଣିଆ ଏବଂ ନୂଆଗାଁ ବ୍ଲକର ପ୍ରତିଯୋଗୀ ମାନଙ୍କୁ ନେଇ ଜୋନ୍ ସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ ହେବ ବୋଲି ସଙ୍ଗୀତଧାରା ପକ୍ଷରୁ ସୂଚନା ଦିଆଯାଇଛି ।
Sign in
Sign in
Recover your password.
A password will be e-mailed to you.
Prev Post