ଟାଙ୍ଗର ମୁଣ୍ଡା ରାସ୍ତା ଦୁର୍ଘଟଣାରେ 5 ଜଣ ବ୍ୟକ୍ତିଙ୍କ ମୃତ୍ୟୁ: ମୁଖ୍ୟମନ୍ତ୍ରୀଙ୍କ ଶୋକ

0

ମୃତକ ଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ତିନି ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ସହାୟତା ଘୋଷଣା : ଆହତ ଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ନିର୍ଦ୍ଦେଶ

ଭୁବନେଶ୍ବର: ଆଜି ସୁନ୍ଦରଗଡ ଜିଲ୍ଲାର ଟାଙ୍ଗର ମୁଣ୍ଡା ନିକଟରେ ଏକ ସଡକ ଦୁର୍ଘଟଣାରେ 5 ଜଣ ବ୍ୟକ୍ତି ଙ୍କ ମୃତ୍ୟୁ ରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠି ରୁ ତିନି ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି.|  ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ |

ଏହି ଦୁର୍ଘଟଣାରେ ଆହତଙ୍କୁ ମାଗଣା ରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି  | ମୃତାହତ ସମସ୍ତ ବ୍ୟକ୍ତି ସୁନ୍ଦରଗଡ଼ ଜିଲ୍ଲା ର ବୋଲି ଜଣାପଡିଛି

Leave A Reply

Your email address will not be published.