ପୂର୍ବତନ ମୁଖ୍ୟ ଶାସନ ସଚିବ ସୁଧାଂଶୁମୋହନ ପଟ୍ଟନାୟକଙ୍କ ପରଲୋକ

0

ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ସମେତ ଅନ୍ୟ ସଚିବମାନଙ୍କ ସ୍ୱର୍ଗତ ପଟ୍ଟନାୟକଙ୍କ ପାର୍ଥିବଶରୀରର ଶେଷ ଦର୍ଶନ ପୂର୍ବକ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର :ଓଡିଶାର ପୂର୍ବତନ ମୁଖ୍ୟ ଶାସନ ସଚିବ ଶ୍ରୀ ସୁଧାଂଶୁ ମୋହନ ପଟ୍ଟନାୟକଙ୍କ ପରଲୋକରେ ରାଜ୍ୟ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନାଙ୍କ ସମେତ ରାଜ୍ୟ ପ୍ରଶାସନର ବିଭିନ୍ନ ବିଭାଗରସଚିବମାନେ ଭୁବନେଶ୍ୱର ମାଉସୀମାମନ୍ଦିର ଛକସ୍ଥିତ ସ୍ୱର୍ଗତ ପଟ୍ଟନାୟକଙ୍କ ବାସ ଭବନଠାରେ ତାଙ୍କର ପାର୍ଥିବ ଶରୀରର ଶେଷ ଦର୍ଶନ କରିଥିଲେ । ମୁଖ୍ୟ ଶାସନ ସଚିବ ଶ୍ରୀ ଜେନାଙ୍କ ସମେତ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେନ୍ଦ୍ର କୁମାର, ପ୍ରମୁଖ ଶାସନ ସଚିବ ଶ୍ରୀ ବିଶାଳ କୁମାର ଦେବ, ପ୍ରମୁଖ ଶାସନ ସଚିବ ଶ୍ରୀ ବିଷ୍ଣୁପଦ ସେଠୀ, ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଊଷା ପାଢୀ, କମିଶନର ତଥା ଶାସନ ସଚିବ ଶ୍ରୀସନ୍ଥନାଗୋପାଳନ ଆର୍, କମିଶନର ତଥା ଶାସନ ସଚିବଶ୍ରୀ ଅରବିନ୍ଦ ଅଗ୍ରଓ୍ୱାଲ, ଅନୁପମ ଶାହାଙ୍କ ସମେତ ରାଜ୍ୟ ପ୍ରଶାସନର ଅନ୍ୟ ବରିଷ୍ଠ ପ୍ରଶାସନିକ ଅଧିକାରୀ ତଥା ଅନ୍ୟ ବରିଷ୍ଠଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀମାନେ ତାଙ୍କର ପାର୍ଥିବ ଶରୀରର ଶେଷ ଦର୍ଶନ କରି ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରି ଦିବଗଂତ ଅମରାତ୍ମାର ସଦଗତି ନିମନ୍ତେ ପ୍ରାର୍ଥନା କରିଥିଲେ ।

Leave A Reply

Your email address will not be published.