ଉପ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ମିଳିତ ଅଭିଯୋଗ ଶୁଣାଣୀ

0 2

ଭଞ୍ଜନଗର ରୁ ( ଉଦୟନାଥ ପଣ୍ଡା):ଭଞ୍ଜନଗର ଉପଖଣ୍ଡସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ଜନ ସମାଧାନ ସୋମବାର ୧୮/୧୨/୨୦୨୩ ତାରିଖ ରେ ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଆରକ୍ଷୀ ଅଧିକ୍ଷକ ଶ୍ରୀ ଜଗମୋହନ ମୀନା ଓ ଭଞ୍ଜନଗର ଉପଜିଲ୍ଲାପାଳ ଶ୍ରୀ ଅନିଲ କୁମାର ସେଠୀ ଆଜିର ଏହି ଅଭିଯୋଗ ଶୁଣାଣିରେ ସମୁଦାୟ ୨୭୨ ଟି ଅଭିଯୋଗ ପତ୍ର ଗ୍ରହଣ କରିଥିଲେ । ବ୍ୟକ୍ତିଗତ ଅଭିଯୋଗ ୨୫୫ ଟି ଥିବାବେଳେ ,ଗ୍ରାମୀୟ ଅଭିଯୋଗ ୧୭ ଟି ଥିଲା,ତନ୍ମ ଧ୍ୟରୁ ତ୍ୱରିତ ୨୨ ଟି ଅଭିଯାଗର ଫଇସଲା କରିଥିଲେ। ଆଜିର ଅଭିଯାଗ ସମୟରେ ରେଡକର୍ସ ପାଣ୍ଠିରୁ ଜଣଂକୁ ୫୦୦୦(ପାଞ୍ଚ ହଜାର ଟଙ୍କା ) ଏଂବ ଆଉ ଜଣଂକୁ (୬୦୦୦)ଟଙ୍କା ପ୍ରଦାନକରାଯାଇଥିଲା ,ଗ୍ରହଣ କରିଥିବା ଆବେଦନଗୁଡିକର ଶୁଣାଣି କରି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ପ୍ରେରଣ କରାଯାଇ ତୁରନ୍ତ ସମାଧାନ କରିବା ଦିଗରେ ନିର୍ଦେଶ ପ୍ରଦାନ କରାଯାଇଥିଲା । ଏହି ଅଭିଯୋଗ ଶୁଣାଣି ସମୟରେ, ,ଭଞ୍ଜନଗର , ଏସ.ଡ଼ି.ପି.ଓ. ଶ୍ରୀ ବିଶ୍ୱାମିତ୍ର ହରପାଲ , ,ଉପଖଣ୍ଡ ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ସୀତାଂଶୁ କୁମାର ଶତପଥୀ, ,ଭଂଜନଗର ତହସିଲଦାର ଶ୍ରୀ ଉମାଶଙ୍କର ବେହେରା , ସହାୟକ ଜିଲ୍ଲାପାଳ ଶ୍ରୀ ରାମଚନ୍ଦ୍ର ମହାପାତ୍ର,ଭଞ୍ଜନଗର ଥାନା ଅଧିକାରୀ ଶ୍ରୀ ଭଗବାନ ପୂଜାରୀ ,ବେଲଗୁଣ୍ଠା ତହସିଲଦାର ଶ୍ରୀ କଳାକାହ୍ନୁ ପ୍ରଧାନ, ଅତିରିକ୍ତ ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ ନିହାର ରଞ୍ଜନ ମହାନ୍ତି,ଅତିରିକ୍ତ ଯୋଗାଣ ଅଧିକାରୀ ଅସିତ କୁମାର ମହାନ୍ତି ,ଏବଂ ପ୍ରତ୍ୟେକ ବିଭାଗର ଅଧିକାରୀମାନେ ଜ଼ିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ l

Leave A Reply

Your email address will not be published.