ପାଇକମାଲ ବ୍ଲକରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ l

0 2

ପଦ୍ମପୁର :- ଆଜି ବରଗଡ଼ ଜିଲ୍ଲାର ପାଇକମାଲ ବ୍ଲକରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବରଗଡ଼ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନା, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପବିତ୍ର ବେହେରା, ପଦ୍ମପୁର ଉପଜିଲ୍ଲାପାଳ ଶ୍ରୀ ଆଲୋକ ପଟେଲ, ବ୍ଲକ୍ ଅଧ୍ଯକ୍ଷା ଶ୍ରୀମତୀ ଭାବନା ସିଂ, ବିଡିଓ ଶ୍ରୀ ପ୍ରଫୁଲ୍ଲ କୁମାର ଅଦୁ, ତହସିଲଦାର ଶ୍ରୀମତୀ ସିନ୍ଧୁସୂତା ପାତ୍ରଂକ ସହ ପ୍ରଶାସନର ସମସ୍ତ ବିଭାଗୀୟ ଅଧିକାରୀ ଯୋଗଦେଇ ଜନସାଧାରଣଙ୍କ ସମସ୍ୟା ଶୁଣିଛନ୍ତି। ଏଥିରେ ମୋଟ୍ ୭୪ ଟି ସମସ୍ୟାର ସମାଧାନ ପାଇଁ ଲୋକେ ଆବେଦନ କରିଥିଲେ। ଏସବୁ ସମସ୍ୟାର ତୁରନ୍ତ ସମାଧାନ କରିବାକୁ ଆରକ୍ଷୀ ଅଧିକ୍ଷକ ଓ ଅତିରିକ୍ତ ଜିଲ୍ଲାପାଳ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ପାଇକମାଲ ବ୍ଲକ କାର୍ଯ୍ୟାଳୟ ପରିସରରେ ଥିବା ସଭାଗୃହରେ ଏହି ଶୁଣାଣି କାର୍ଯ୍ଯକ୍ରମ ହୋଇଥିଲା। ଏହି ଅଭିଯୋଗ ଶୁଣାଣିକୁ ଜନସାଧାରଣ ନିଜର ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଆସିଥିଲେ। ରାଜ୍ୟ ସରକାରଙ୍କ ବିଭିନ୍ନ ଜନକଲ୍ଯାଣକାରୀ ଯୋଜନାରେ ସାମିଲ ହେବାପାଇଁ ମଧ୍ଯ ଲୋକେ ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମକୁ ଆସିଥିଲେ। ବିଦ୍ଯୁତ ସମସ୍ଯା, ମଣ୍ଡି ସମସ୍ଯା, କ୍ଷୁଦ୍ର ଜଳସେଚନ, ମୋ ଘର, ରାସନ୍ କାର୍ଡ, ପାନୀୟଜଳ ଆଦି ଭଳି ବିଷୟରେ ଅଧିକାଂଶ ଅଭଯୋଗ ଆସିଥିଲା । ସେହି ସମସ୍ତ ସମସ୍ୟାର ସମାଧାନ ପାଇଁ ନିର୍ଦ୍ଦିଷ୍ଟ ବିଭାଗର ଅଧିକାରୀ ମାନେ ଉପସ୍ଥିତ ରହି ଲୋକଙ୍କ ସମସ୍ତ ସମସ୍ୟାର ପ୍ରତିକାର କରିବା ପାଇଁ ଉଚିତ୍ ପଦକ୍ଷେପ ମଧ୍ୟ ଗ୍ରହଣ କରିଛନ୍ତି।

Leave A Reply

Your email address will not be published.