ପାଣ୍ଡିଆନଙ୍କ ଗସ୍ତର ୨୪ ଘଣ୍ଟା ମଧ୍ୟରେ ଅର୍ଥ ମଞ୍ଜୁର, ସମସ୍ୟା ସମାଧାନ

0 2

File Photo

କେନ୍ଦ୍ରାପଡା କେରେଡାଗଡ ପ୍ରାଥମିକ ବିଦ୍ୟାଳୟ ର ଉନ୍ନତି ଓ ଗ୍ରାମ ପଞ୍ଚାୟତ ପୋଖରୀର ସଂରକ୍ଷଣ ତଥା ଉନ୍ନତିକରଣ ପାଇଁ କୋଡ଼ିଏ ଲକ୍ଷ ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ .

ଭୁବନେଶ୍ବର: କେନ୍ଦ୍ରାପଡା ଜିଲ୍ଲା କେରେଡାଗଡ ର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୨୦ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ଏହି ଅର୍ଥରେ କେରେଡାଗଡ ପ୍ରାଥମିକ ବିଦ୍ୟାଳୟ ର ଉନ୍ନତି ଏବଂ କେରେଡାଗଡ ଗ୍ରାମ ପଞ୍ଚାୟତ ପୋଖରୀର ସଂରକ୍ଷଣ ଓ ଉନ୍ନତିକରଣ କରାଯିବ.

ସୂଚନାଯୋଗ୍ୟ ଯେ ଗତ ୧୮ ତାରିଖ ଦିନ ଦୁଇ ଦିନ ତଳେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ 5T ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ କେନ୍ଦ୍ରାପଡା ରାଜନଗର ଗସ୍ତରେ ଯାଇ କେରେଡାଗଡବାସୀଙ୍କ ଏହି ମୌଳିକ ସମସ୍ୟା ବିଷୟରେ ଜାଣିବାକୁ ପାଇଥିଲେ। ଏଥିପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ମଧ୍ୟ ନିବେଦନ କରାଯାଇଥିଲା।

ମୁଖ୍ୟମନ୍ତ୍ରୀ ଏ ବିଷୟରେ ଜାଣିବାପରେ ଆଜି ‘ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସହାୟତା ପାଣ୍ଠି’ରୁ ୨ଟି ଯାକ ପ୍ରକଳ୍ପ ପାଇଁ ୧୦ ଲକ୍ଷ ଟଙ୍କା ଲେଖାଏଁ ସମୁଦାୟ ୨୦ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି । ଏହି ପ୍ରକଳ୍ପ ୨ଟିର କାର୍ଯ୍ୟ ଯଥା ଶୀଘ୍ର ସମ୍ପନ୍ନ କରିବା ପାଇଁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି। ୨୪ ଘଣ୍ଟା ମଧ୍ୟରେ ଜନଅଭିଯୋଗର ସମାଧାନ କେରେଡାଗଡବାସୀଙ୍କ ପାଇଁ ଏକ ବିରଳ ଅନୁଭୁତି।

ରାଜ୍ୟ ସରକାରଙ୍କର ଏହି ତ୍ୱରିତ ପଦକ୍ଷେପ ପାଇଁ କେରେଡାଗଡବାସୀ ମୁଖ୍ୟମନ୍ତ୍ରୀ ଓ 5T ଅଧ୍ୟକ୍ଷଙ୍କୁ ଧନ୍ୟବାଦ ଜଣାଇବା ସହିତ କୃତଜ୍ଞତା ଜ୍ଞାପନ କରିଛନ୍ତି।

Leave A Reply

Your email address will not be published.