ବାଲୁଗାଁ:( ସେକ କୌସର ): ଆଜି ବାଲୁଗାଁ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ଚତୁଃବିଂଶତମ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି। ପରିଚାଳନା ସମିତି ସଭାପତି ଦୁର୍ଯ୍ୟୋଧନ ସ୍ୱାଇଁଙ୍କ ସଭାପତିତ୍ୱ କରିଥିବା ବେଳେ ଉକ୍ତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଓଡ଼ିଶା ରାଜ୍ୟ କଣ୍ଟ୍ରାକ୍ଟର ଆସୋସିଏସନ ସଭାପତି ଅନିଲ ମହାଲିକ ଓ ମୁଖ୍ୟ ବକ୍ତା ଭାବେ ପୁରୀ ଆଦିତ୍ୟ ବାହିନୀ ଓ ଜଗନ୍ନାଥ ସଂସ୍କୃତି ଗବେଷକ ପଣ୍ଡିତ ମାତୃପ୍ରସାଦ ମିଶ୍ର ଯୋଗଦେଇ ଶିକ୍ଷା ପ୍ରଣାଳୀର ବିକାଶ ସମ୍ପର୍କରେ ଗୁରୁତ୍ୱାରୋପ କରିଥିଲେ। କୁସଂସ୍କାର, ଶୋଷଣ ଏବଂ ଅନ୍ୟାୟରୁ ମୁକ୍ତି କରାଇ ରାଷ୍ଟ୍ର ଜୀବନକୁ ସରସ, ସୁସମ୍ପନ୍ନ ଏବଂ ସୁସଂସ୍କୃତ କରିବାକୁ ପରାମର୍ଶ ଦେଇଥିଲେ।ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଅର୍ଜନ କରିଥିବା ଶିକ୍ଷାର୍ଥୀମାନଙ୍କୁ ଅତିଥିମାନେ ପୁରସ୍କାର ଓ ମାନପତ୍ର ପ୍ରଦାନ କରିଥିଲେ।ଉକ୍ତ ସଭାରେ ବିଦ୍ୟାମନ୍ଦିରର ପରିଚାଳନା ସମ୍ପାଦକ ଅନନ୍ତ ପ୍ରସାଦ ସେଠି ସ୍ୱାଗତ ଭାଷଣ ସହ ଅତିଥି ପରିଚୟ ପ୍ରଦାନ କରିଥିଲେ। ପ୍ରଧାନାଚାର୍ଯ୍ୟ ପ୍ରହଲ୍ଲାଦ ଦାଶ ବାର୍ଷିକ ବିବରଣୀ ଉପସ୍ଥାପନ କରିଥିଲେ। ଏହାପରେ ଛାତ୍ରଛାତ୍ରୀ ମାନେ ସଂଗୀତ,ନୃତ୍ୟ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ମାନ ପରିବେଷଣ କରିଥିଲେ। ଅନୁଷ୍ଠିତ ଉତ୍ସବରେ ଛାତ୍ରଛାତ୍ରୀ,ଅଭିଭାବକଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ।
Sign in
Sign in
Recover your password.
A password will be e-mailed to you.