ଚିଲିକାରେ ଦୁଇ ଗୋଷ୍ଠୀ ପାଳନ କଲେ ବିଜୁ ଜନତା ଦଳର ପ୍ରତିଷ୍ଠା ଦିବସ : ଦ୍ଵନ୍ଦ୍ଵରେ କର୍ମୀ

0

ଚିଲିକା (ସେକ କୌସର ): ସାରା ରାଜ୍ୟରେ ପ୍ରତିଟି ନିର୍ବାଚନ ମଣ୍ଡଳୀରେ ବହୁ ଆଡମ୍ବରରେ ବିଜେଡିର ୨୭ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଖୋର୍ଦ୍ଧା ଚିଲିକା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବାଲୁଗାଁ କ୍ରିଷ୍ଣା ମଣ୍ଡପରେ ନଗରମଣ୍ଡଳ ସଭାପତି ଜୟନ୍ତ କୁମାର ସ୍ବାଇଁଙ୍କ ସଭାପତିତ୍ୱରେ ବହୁ ଆଡମ୍ବରରେ ବିଜେଡି ପ୍ରତିଷ୍ଠା ଦିବସ ପାଳିତ ହୋଇଛି। ପ୍ରାତଃ ସମୟରେ ବାଣପୁର ମା’ ଭଗବତୀ ମନ୍ଦିର ନିକଟରୁ ମା’ ଟିକିରାଇ ମନ୍ଦିର ପର୍ଯ୍ୟନ୍ତ ଏକ ଗଣଦୌଡ଼ ଅନୁଷ୍ଠିତ ହୋଇଥିଲା। ଉଭୟ ବାଲୁଗାଁ ଓ ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଶୁଖିଲା ଖାଦ୍ୟ ଓ ଫଳ ବଣ୍ଟନ କରି ମଧ୍ୟାହ୍ନରେ କ୍ରିଷ୍ଣା ମଣ୍ଡପ ଠାରେ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା।
ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଜ୍ୟସଭା ସାଂସଦ ମାନସ କୁମାର ମଙ୍ଗରାଜ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବେ ରାଜା ଚକ୍ର ଯୋଗ ଦେଇ ରାଜ୍ୟର ବିକାଶ ଧାରାକୁ ଦ୍ରୁତ ଗତିରେ ଆଗକୁ ନେବାପାଇଁ ଜନସାଧାରଣଙ୍କ ନିକଟତର ହେବାସହ ସୁଖଦୁଃଖରେ କାନ୍ଧରେ କାନ୍ଧ ମିଶାଇ ସହଯୋଗ କରିବାକୁ କର୍ମୀମାନଙ୍କୁ ପରାମର୍ଶ ଦେଇଥିଲେ।ଆଗକୁ ଆସୁଛି ସାଧାରଣ ନିର୍ବାଚନ। କର୍ମୀ ଓ ନେତାମାନେ କଠିନ ପରିଶ୍ରମ କରିବା ସହ ଘରେ ଘରେ ନବୀନ ସରକାରଙ୍କ ବିକାଶ ବାର୍ତ୍ତା ପହଞ୍ଚାଇ ଷଷ୍ଠ ଥର ସରକାର ଗଢିବା ନେଇ ସଂକଳ୍ପ କରିଥିଲେ।ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ଗୋପୀନାଥ ମହାରଣା, ଚାରିଟି ଜୋନର ଜିଲ୍ଲା ପରିଷଦ, ବାଣପୁର ବ୍ଲକ ସଭାପତି ଭବାନୀ ଶଙ୍କର ବଳିଆର ସିଂ, ଚିଲିକା ବ୍ଲକ ସଭାପତି ଦେବେନ୍ଦ୍ରନାଥ ସାମନ୍ତରସିଂହାର, ବାଣପୁର ବ୍ଲକ ନାରୀନେତ୍ରୀ କବିତା ମହାପାତ୍ର, ଚିଲିକା ବ୍ଲକ ନାରୀନେତ୍ରୀ ସନ୍ତୋଷି ବିଶ୍ୱାଳ, ବାଣପୁର ଏନଏସି ଅଧ୍ୟକ୍ଷ ମିଟୁ ନାୟକ, ବାଲୁଗାଁ ଏନଏସି ଅଧ୍ୟକ୍ଷା ସୁକାନ୍ତି ପାଇକରାୟ, ଉପାଧ୍ୟକ୍ଷ ଭଗବାନ ପ୍ରଧାନ, କାଉନସିଲର ଏବଂ ହଜାର ହଜାର ମହିଳା ଓ ପୁରୁଷ ଯୋଗଦେଇଥିଲେ।
ଅନୁରୂପ ଭାବେ ପୂର୍ବତନ ବିଧାୟକ ରଘୁନାଥ ସାହୁଙ୍କ ନେତୃତ୍ୱରେ ୨୭ ତମ ପ୍ରତିଷ୍ଠା ଦିବସ ବାଲୁଗାଁ ରାମପୁର ରୋଡ଼ ସ୍ଥିତ ବିଜୁ ଜନତା ଦଳ କାର୍ଯ୍ୟାଳୟଠାରେ ମହାସମାରୋହରେ ପାଳିତ ହୋଇଯାଇଛି। ପୂର୍ବତନ ବିଧାୟକ ରଘୁନାଥ ସାହୁ ନିର୍ବାଚନ ମଣ୍ଡଳୀରେ ବେଶ ଲୋକପ୍ରିୟତା ସାଙ୍ଗକୁ ସାଧାରଣ ଜନତାଙ୍କ ଦୁଃଖ ସୁଖରେ ଜଡ଼ିତ ଥିବାରୁ ହଜାର ହଜାର ସଂଖ୍ୟାରେ ମହିଳା ଓ ପୁରୁଷଙ୍କ ସମାଗମ ଦେଖିବାକୁ ମିଳିଥିଲା। ଜୟ ଓଡ଼ିଶା ନବୀନ ଓଡିଶା ନାରାରେ ସଭାସ୍ଥଳ କମ୍ପି ଉଠୁଥିଲା | ନବୀନ ସରକାରଙ୍କ ବିଭିନ୍ନ ବିକାଶ ଧାରା ଏବଂ ଶ୍ରୀ ସାହୁଙ୍କ ନେତୃତ୍ୱରେ ଅନୁପ୍ରାଣିତ ହୋଇ ପୂର୍ବତନ କାଉନସିଲର ତଥା କାଳିଜାଈ ମୋଟର ବୋଟ ଆସୋସିଏସନର ସଂପାଦକ କୃଷ୍ଣଚନ୍ଦ୍ର ବେହେରା ଶତାଧିକ କର୍ମୀମାନଙ୍କ ସହ ଶ୍ରୀ ସାହୁଙ୍କ ସଭାରେ ବିଜେଡିରେ ଯୋଗଦେଇଥିଲେ।
ଗୋଟିଏ ପାର୍ଶ୍ଵରେ ମାନସ କୁମାର ମଙ୍ଗରାଜଙ୍କ ନେତୃତ୍ୱରେ ପ୍ରତିଷ୍ଠା ଦିବସ ପାଳନ କରାଯାଉଥିବା ବେଳେ ଅପର ପାର୍ଶ୍ଵରେ ପୂର୍ବତନ ବିଧାୟକ ରଘୁନାଥ ସାହୁ ପ୍ରତିଷ୍ଠା ଦିବସ ପାଳନ କରିବା ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଉଭୟ ବିଜେଡି ଜନହିତକର ନାରା ଦେଉଥିବା ବେଳେ ଦଳ ମଧ୍ୟରେ ଗୋଷ୍ଠି କନ୍ଦଳ ସ୍ପଷ୍ଟ ବାରି ହୋଇପଡୁଛି। ଯାହାକି ଶ୍ରୀ ମଙ୍ଗରାଜଙ୍କ ସଭାରେ ବହୁ ତୁଙ୍ଗ ନେତା, କର୍ମୀ ସାଙ୍ଗକୁ ଜନସାଧାରଣ ଉପସ୍ଥିତ ଥିଲେ ମଧ୍ୟ ଶ୍ରୀ ସାହୁଙ୍କ ସଭାରେ ଅଳ୍ପ ସଂଖ୍ୟକ ନେତା, କର୍ମୀ ଥିବାବେଳେ ଜନସମୁଦ୍ର ଦେଖାଦେଇଥିଲା।

Leave A Reply

Your email address will not be published.