ରାୟଗଡ : ୧/୦୧- ଆଜି ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲା ସଦର ମହକୁମା ସ୍ଥିତ ଜିଲ୍ଲା ପରିଷଦ ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ଜିଲ୍ଲାପାଳ ସ୍ୱଧାଦେଵ ସିଂଙ୍କ ନିର୍ଦେଶ କ୍ରମେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଭାସ୍କର ଚନ୍ଦ୍ର ରଇତଙ୍କ ଅଧ୍ୟକ୍ଷତରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ,ଜିଲ୍ଲା ପରିଷଦ, ନିହାର ରଞ୍ଜନ କହଁର, ପ୍ରକଳ୍ପ ପ୍ରଶାସକ, ଆଇଟିଡିଏ ଶ୍ରୀ ଦିଲ୍ଲୀପ କୁମାର ବେହେରା, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ଲାଲମୋହନ ରାଉତରାୟ ପ୍ରମୁଖ ଯୋଗଦାନ କରି ଶୁଣାଣି କରିଥିଲେ l
ଆଜି ମୋଟ ୧୫ଟି ଅଭିଯୋଗ ଆସିଥିଲା ସେଥି ମଧ୍ୟରୁ୧୦ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୫ଗୋଟି ଗ୍ରାମ ବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା l ଏହି ଅଭିଯୋଗ ଶିବିରରେ ଜିଲ୍ଲା ଶିକ୍ଷା ଅଧିକାରୀ ପୂର୍ଣ୍ଣ ଚନ୍ଦ୍ର ବରିହା,ରାୟଗଡ,ଜିଲ୍ଲା ମଙ୍ଗଳ ଅଧିକାରୀ, ରାୟଗଡ,ତହସିଲଦାର, ରାୟଗଡ଼ , ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ, ଜିଲ୍ଲା ଜରୁରୀକାଳୀନ ଅଧିକାରୀ ସୂର୍ଯ୍ୟମଣି ଭୋଇ, ସାମାଜିକ ସୁରକ୍ଷା ଅଧିକାରୀଶ୍ରୀକାନ୍ତ ପାଣିଗ୍ରାହୀ,ଶିଳ୍ପ ବିକାଶ ଅଧିକାରୀ ସବ୍ୟସାଚୀ ସାହୁ,ଜିଲ୍ଲା ସ୍ୱଳ୍ପ ସଂଚୟ ଅଧିକାରୀ,ବିଟଟାଲ ଷଡ଼ଙ୍ଗୀ,ଜିଲ୍ଲା ପଂଚାୟତ ଅଧିକାରୀ, ସକିଲା ଚରଣ ବାସ୍କେ,ଜିଲ୍ଲା କର୍ମ ନିୟୋଜନ ଅଧିକାରୀ ତତ୍ୱମୋସୀ ମହାପାତ୍ର ଓ ଅନ୍ୟାନ୍ୟ ଜିଲ୍ଲା ସ୍ଥରୀୟ ଅଧିକାରୀ ଉପସ୍ଥିତ ରହି ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ ।ଅତିରିକ୍ତ ଜିଲ୍ଲାପାଳ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ।
Sign in
Sign in
Recover your password.
A password will be e-mailed to you.
Prev Post