ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଆଜି ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଅବସରରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନଙ୍କ ଦ୍ଵାରା ମାଗଣା ଲାପଟପ ବଣ୍ଟନ କରାଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଦ୍ବାରା ଉଚ୍ଚ ଶିକ୍ଷା ଗ୍ରହଣ କରୁଥିବା ୪ ଜଣ ଦୃଷ୍ଟିବାଧିତ ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ଯଥା :- ସିଦ୍ଧାନ୍ତ ଭୂୟାଁ , ଯୋଗେନ୍ଦ୍ର ଦତ୍ତ , ମନୋଜ କୁମାର ସାହୁ ଓ ସାବିତ୍ରୀ ବେହେରା ଙ୍କୁ ଉଚ୍ଚ ଶିକ୍ଷା ନିମନ୍ତେ ମାଗଣା ଲାପଟପ ଜିଲ୍ଲାପାଳଙ୍କ ଦ୍ୱାରା ବଣ୍ଟନ କରାଯାଇଥିଲା । ସମସ୍ତ ଛାତ୍ରଛାତ୍ରୀ ମାନେ ଜିଲ୍ଲା ପ୍ରଶାସନ ଓ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗକୁ କୃତଜ୍ଞତା ଜଣାଇଥିଲେ। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀଯୁକ୍ତ ସନ୍ତୋଷ କୁମାର କୁମାର ନାୟକ ବିଭାଗୀୟ କର୍ମଚାରୀ ଉପସ୍ଥିତ ଥିଲେ।
Sign in
Sign in
Recover your password.
A password will be e-mailed to you.