ନୟାଗଡ଼,(ଲକ୍ଷ୍ମୀଧର ସାହୁ): ଜିଲ୍ଲା ସମଗ୍ର ଶିକ୍ଷା ପକ୍ଷରୁ ବିଦ୍ୟାଳୟ ଶିକ୍ଷଣରେ ମାନ ନିର୍ଦ୍ଧାରଣ ଓ ମୂଲ୍ୟାୟନ ସମ୍ପର୍କିତ ସମୃଦ୍ଧି ପ୍ରଶିକ୍ଷଣ ଶିବିର ସ୍ଥାନୀୟ ଏନଏସି ଉଚ୍ଚ ବିଦ୍ୟାଳୟ ଠାରେ ଆଜିଠାରୁ ଆରମ୍ଭ ହୋଇଛି। ଏହି ପ୍ରଶିକ୍ଷଣ ଶିବିରକୁ ଏନଏସି ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ରସିଦା ଖାତୁନ ପ୍ରଦୀପ ପ୍ରଜ୍ଜ୍ୱଳନ କରି ବିଧିବଦ୍ଧ ଭାବେ ଉଦଘାଟନ କରିଥିଲେ। ନୟାଗଡ଼ ବ୍ଲକ ଶିକ୍ଷାଧିକାରୀ ନିମାଇଁ ଚରଣ ପ୍ରଧାନ ପ୍ରଶିକ୍ଷଣ ଶିବିର ପରିଦର୍ଶନ କରି ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ପ୍ରଶିକ୍ଷଣ ଶିବିରର ଆବଶ୍ୟକତା ଏବଂ ଉପାଦେୟତା ସମ୍ପର୍କରେ ବୁଝାଇଥିଲେ। ନୟାଗଡ଼ ବ୍ଲକର ବିଭିନ୍ନ ପ୍ରାଥମିକ, ଉଚ୍ଚ ପ୍ରାଥମିକ ଏବଂ ମାଧ୍ୟମିକ ବିଦ୍ୟାଳୟରେ କାର୍ଯ୍ୟରତ ୫୦ ଜଣ ଶିକ୍ଷକ ଶିକ୍ଷୟିତ୍ରୀ ଏହି ପ୍ରଶିକ୍ଷଣ ଶିବିରରେ ଅଂଶ ଗ୍ରହଣ କରିଥିଲେ। ତିନି ଦିନ ଧରି ଚାଲିବାକୁ ଥିବା ଏହି ପ୍ରଶିକ୍ଷଣ ଶିବିରରେ ପ୍ରଶିକ୍ଷକ ଭାବେ ସିଆରସିସି ମୃତ୍ୟୁଞ୍ଜୟ ଷଡଙ୍ଗୀ, ରମାକାନ୍ତ ମହାନ୍ତି ଶିକ୍ଷକ ପ୍ରଦୀପ କୁମାର ସାହୁ ଏବଂ କାଦମ୍ବିନୀ ମହାପାତ୍ର ପ୍ରମୁଖ ଯୋଗଦେଇ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ପ୍ରଶିକ୍ଷଣ ଦେଇଥିଲେ।
Sign in
Sign in
Recover your password.
A password will be e-mailed to you.