ଚିଲିକା (ସେକ କୌସର ): ଆସନ୍ତା ୧୦ ତାରିଖରେ ୫-ଟି ଓ ନବୀନ ଓଡିଶା ଅଧ୍ୟକ୍ଷ ଭି କେ ପାଣ୍ଡିଆନ ବାଣପୁରର ପଲଟନ ପଡିଆରେ ଏକ ସାଧାରଣ ସଭାରେ ଯୋଗଦେବେ।ଏହି ଅବସରରେ ଚିଲିକା ନିର୍ବାଚନ ମଣ୍ଡଳୀରେ ବିଭିନ୍ନ ବିକାଶ କାର୍ଯ୍ୟର ତଦାରଖ କରିବେ ଶ୍ରୀ ପାଣ୍ଡିଆନ। ଏନେଇ ଆଜି ମଧ୍ୟାହ୍ନରେ ନାଚୁଣୀ ସୁନାଖଳା ଡାକ ବଙ୍ଗଳା ଠାରେ ଏକ ପ୍ରସ୍ତୁତି ବୈଠକରେ ମୁଖ୍ୟ ଅତିଥି ଭାବେ ରାଜ୍ୟସଭା ସାଂସଦ ମାନସ ରଞ୍ଜନ ମଙ୍ଗରାଜ ଯୋଗଦେଇଛନ୍ତି। ଉକ୍ତ ପ୍ରସ୍ତୁତି ବୈଠକରେ ଚିଲିକା ନିର୍ବାଚନ ମଣ୍ଡଳୀର ପର୍ଯ୍ୟବେକ୍ଷକ ରାଜା ଚକ୍ର, ଖୋର୍ଦ୍ଧା ଜିଲ୍ଲା ଉପାଧ୍ୟକ୍ଷ ଗୋପୀନାଥ ମହାରଣା, ବାଣପୁର ନଗରପାଳ ମିଟୁ ନାୟକ, ପ୍ରଭାସ ସୁନ୍ଦରାୟ ଓ ବିଜୁଜନତା ଦଳର ସମସ୍ତ ନେତା ଓ କର୍ମୀ ସାମିଲ ଥିଲେ।ଏହା ସହ ଆସନ୍ତା ୧୭ ତାରିଖ ଦିନ ପୁରୀ ପରିକଳ୍ପନା ପ୍ରକଳ୍ପ ଉଦଘାଟନ ହେବ। ସେଥିଲାଗି ଆସନ୍ତା ୮ ତାରିଖ ଦିନ ପୁରୀ ପରିକ୍ରମା ପ୍ରକଳ୍ପ ରଥ କେମିତି ସମସ୍ତ ପଞ୍ଚାୟତ ର ଘରେ ଘରେ ପହଞ୍ଚିବ ଓ ଅରୁଆ ଚାଉଳ, ଗୁଆ ସଂଗ୍ରହ କରାଯିବ, ସେଥିପାଇଁ ଆମେ ସମସ୍ତେ ସହଯୋଗ କରିବା ବୋଲି ରାଜ୍ୟସଭା ସାଂସଦ ମାନସ ରଞ୍ଜନ ମଙ୍ଗରାଜ ଅନୁରୋଧ କରିଥିଲେ।ଏତଦବ୍ୟତୀତ ସଭାସ୍ଥଳ, ବ୍ୟାରିକେଡ଼, ଜନସାଧାରଣଙ୍କ ଗମନାଗମନର ସୁବିଧା, ଟ୍ରାଫିକ ବ୍ୟବସ୍ଥା, ସୁରକ୍ଷା ବ୍ୟବସ୍ଥା ବିଷୟରେ ପୁଙ୍ଖାନୁପୁଙ୍ଖ ଭାବେ ଆଲୋଚନା କରିଥିଲେ।
Sign in
Sign in
Recover your password.
A password will be e-mailed to you.