ନୟାଗଡ଼,(ଲକ୍ଷ୍ମୀଧର ସାହୁ): ‘ସଙ୍ଗୀତଧାରା’ ନୟାଗଡ଼ ପକ୍ଷରୁ ଆଜି ଦଶପଲ୍ଲାସ୍ଥିତ ବିବେକାନନ୍ଦ ଶିକ୍ଷାକେନ୍ଦ୍ର ପରିସରରେ ପ୍ରଥମ ପର୍ଯ୍ୟାୟ ଭକ୍ତି ସଙ୍ଗୀତ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏଥିରେ ଦଶପଲ୍ଲା, ଗଣିଆ ଓ ନୂଆଗାଁ ବ୍ଲକ୍ର ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟରେ ଅଧ୍ୟୟନରତ ୧୪ରୁ ୨୪ବର୍ଷ ବୟସର ପ୍ରତିଯୋଗୀ ମାନେ ଅଂଶ ଗ୍ରହଣ କରିଥିଲେ। ଏହି ପ୍ରତିଯୋଗିତାରେ ବିଚାରକ ଭାବେ ସଙ୍ଗୀତଜ୍ଞ ଶରତ କୁମାର ସାହୁ, ଡ.ଆଶୁତୋଷ ମିଶ୍ର ଏବଂ ଶୁଭଶ୍ରୀ ସନମ ଦାସ ଯୋଗଦାନ କରି ଶ୍ରେଷ୍ଠ କଣ୍ଠଶିଳ୍ପୀ ମାନଙ୍କୁ ଚୟନ କରିଥିଲେ। ପ୍ରକାଶ ଥାଉକି ଇତିମଧ୍ୟରେ ନୟାଗଡ଼-ଓଡ଼ଗାଁ ଏବଂ ଖଣ୍ଡପଡ଼ା-ଭାପୁର ବ୍ଲକରେ ପ୍ରତିଯୋଗିତା ଶେଷ ହୋଇଥିବା ବେଳେ ଆସନ୍ତା ୧୪ତାରିଖ ରବିବାର ଦିନ ରଣପୁର ବ୍ଲକରେ ଭକ୍ତି ସଙ୍ଗୀତ ପ୍ରତିଯୋଗିତା ଅନୁଷ୍ଠିତ ହେବ। ଚୂଡ଼ାନ୍ତ ପର୍ଯ୍ୟାୟ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀଙ୍କୁ ‘ନୟାଗଡ଼ ସଙ୍ଗୀତ କଲ୍ଲୋଳ’ ଉପାଧି ସହିତ ନଗଦ ୧୧ ହଜାର ଟଙ୍କା ପୁରସ୍କାର ଅର୍ଥରାଶି ଏବଂ ଦ୍ୱିତୀୟ,ତୃତୀୟ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀ ମାନଙ୍କୁ କ୍ରମାନ୍ୱୟେ ୫ ହଜାର ଏବଂ ୩ ହଜାର ଅର୍ଥରାଶି ପୁରସ୍କାର ପ୍ରଦାନ ସକାଶେ ସ୍ଥିର କରାଯାଇଅଛ। ଆଜିର ଏହି ପ୍ରତିଯୋଗିତାରେ ସଙ୍ଗୀତଧାରା ସଭାପତି ନାଟ୍ୟଭୂଷଣ ଡ ବିଜୟ ଚୌଧୁରୀ, ପୃଷ୍ଠପୋଷକ ପ୍ରମୋଦ ପଟ୍ଟନାୟକ, ସଂଯୋଜକ ଲକ୍ଷ୍ମୀଧର ସାହୁ, ଲକ୍ଷ୍ମୀଧର ମହାପାତ୍ର, ଅଶୋକ ମଲ୍ଲ ପ୍ରମୁଖ ଉପସ୍ଥିତ ଥିବା ବେଳେ ବିବେକାନନ୍ଦ ଶିକ୍ଷାକେନ୍ଦ୍ରର ଶିକ୍ଷକ କର୍ମଚାରୀ ମାନେ ସହଯୋଗ କରିଥିଲେ
Sign in
Sign in
Recover your password.
A password will be e-mailed to you.