ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଚଳିତ ବର୍ଷର ଜିଲ୍ଲା ସ୍ତରୀୟ ୭୫ତମ ସାଧାରଣତନ୍ତ୍ର ଦିବସ ଗଜପତି ଷ୍ଟାଡିୟମ୍ ଠାରେ ମହାସମାରୋହରେ ପାଳିତ ହେବ।
ଚଳିତ ବର୍ଷର ସାଧାରଣତନ୍ତ୍ର ଦିବସଟିକୁ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ କରିବା ନେଇ ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଗଜପତି ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ୍. କୁମାର , ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ରାଜେନ୍ଦ୍ର ମିଞ୍ଜ , ଉପ-ଜିଲ୍ଲାପଳ ଶ୍ରୀଯୁକ୍ତ ଆଲୋକ କୁମାର ପ୍ରଧାନ ଓ କମାଣ୍ଡାଣ୍ଟ ଶ୍ରୀ ଅଶୋକ କୁମାର ମହାନ୍ତି , ଓସପ୍ ୩ୟ ବାଟାଲିୟନ ଗଜପତି ପ୍ରମୁଖ ମଞ୍ଚାସିନ ଥିଲେ।
ଚଳିତ ସାଧାରଣତନ୍ତ୍ର ଦିବସ ପାଳନ ଅବସରରେ ଛାତ୍ରଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହେବ ,ଏଥିରେ ସମସ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ଉକ୍ତ ପ୍ରତିଯୋଗୀତାରେ ଅଂଶଗ୍ରହଣ କରିପାରିବେ। ସମସ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ପ୍ୟାରେଡ଼ରେ ଅଂଶ ଗ୍ରହଣ କରିବେ। ଏଥି ସକାଶେ ଚଳିତ ମାସ ୨୧ ରୁ ୨୩ ତାରିଖ ଦିନ ଗଜପତି ଷ୍ଟାଡିୟମ୍ ଠାରେ ପ୍ୟାରେଡ଼ ଅଭ୍ୟାସ ଅନୁଷ୍ଠିତ ହେବ।
ଏହି ଜାତୀୟ ଦିବସଟି ସହରର ସମସ୍ତ ମାନ୍ୟଗଣ୍ୟ ଅତିଥିଙ୍କୁ ଆମନ୍ତ୍ରିତ କରାଯିବ। ଜାତୀୟ ଉତ୍ସବ ପାଳନ ଦିନ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ଦ୍ଵାରା ସକାଳ ୪.୩୦ ମି.ସମୟରେ ପାରଳାଖେମୁଣ୍ଡି ସହରରେ ରାମଧୂନ ପରିବେଷଣ କରାଯିବ। ପୂର୍ବାହ୍ନ ୮ ଘଟିକା ୩୦ ମିନଟ ସମୟରେ ଗଜପତି ଷ୍ଟାଡିୟମ୍ ଠାରେ ମୁଖ୍ୟ ଅତିଥିଙ୍କ ଦ୍ଵାରା ଜାତୀୟ ପତାକା ଉତ୍ତୋଳନ କରି ସମବେତ ପ୍ୟାରେଡ଼ରେ ଅଭିବାଦନ ଗ୍ରହଣ କରିବେ ଏବଂ ଅଭିଭାଷଣ ପ୍ରଦାନ କରିବେ। ପ୍ୟାରେଡ୍ ପ୍ରତିଯୋଗିତାର ଶ୍ରେଷ୍ଠ ବିବେଚିତ ଦଳଙ୍କୁ ସିଲ୍ଡ ଏବଂ ଅନ୍ୟାନ୍ୟ କୃତୀତ୍ବ ହାସଲକାରୀ ଦଳଙ୍କୁ ମେମୋରିଆଲ୍ ସିଲ୍ଡ ପ୍ରଦାନ କରାଯିବ। ଅନୁଷ୍ଠିତ ସମସ୍ତ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ମୁଖ୍ୟ ଉତ୍ସବର ଗଜପତି ଷ୍ଟାଡିୟମ ଠାରେ ପୁରସ୍କୃତ କରାଯିବ। ସମସ୍ତ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନ ଗୁଡିକରେ ଉକ୍ତ ଦିନ ପୂର୍ବାହ୍ନ ଘ.୭.୦୦ ଘଟିକା ସମୟରେ ରାଷ୍ଟ୍ରୀୟ ସଙ୍ଗୀତ ଗାନ ପୂର୍ବକ ଜାତୀୟ ପତାକା ଉତ୍ତୋଳନ କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଛି।
ଉକ୍ତ ବୈଠକରେ ଆର୍.ଆଇ. ଅଫ୍ ପୋଲିସ୍ ଶ୍ରୀ ନିରଞ୍ଜନ ନାୟକ , ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ପ୍ରଦୀପ୍ତ ଗୁରୁମାଇ , ଜିଲ୍ଲା ସଂସ୍କୃତି ଅଧିକାରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ , ବରିଷ୍ଠ ନଗରିକଙ୍କ ସମେତ ସମସ୍ତ ବିଦ୍ୟାଳୟ ଓ ମହା ବିଦ୍ୟାଳୟର ମୁଖ୍ୟ , ଗଣ ମାଧ୍ୟମର ପ୍ରତିନିଧିଗଣ , ବ୍ୟାଙ୍କ ଶାଖା ପରିଚାଳକ , ସ୍ବେଚ୍ଛାସେବୀ ଅନୁଷ୍ଠାନ , ସଂପୃକ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଉପସ୍ଥିତ ରହି ନିଜ ନିଜର ସୁଚିନ୍ତିତ ମତାମତ ପ୍ରଦାନ କରିଥିଲେ।
Sign in
Sign in
Recover your password.
A password will be e-mailed to you.