(ନିଶ୍ଚିନ୍ତକୋଇଲି-ଶାସକ ପ୍ରଶାସକ): ଓଡ଼ିଶା ସରକାରଙ୍କ ନିରବଚ୍ଛିନ୍ନ ପ୍ରଚେଷ୍ଟା ରେ ଓଡ଼ିଆଙ୍କର ଆରାଧ୍ୟ ଦେବତା ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କର ଐତିହାସିକ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ଶେଷ ହୋଇ ଚଳିତ ଜାନୁୟାରୀ ୧୭ ତାରିଖରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗକୃତ ହେବ l ଏହାର ଅବ୍ୟବହିତ ପୂର୍ବରୁ ଜଗନ୍ନାଥ ସଂସ୍କୃତିକୁ ଉଜ୍ଜୀବିତ କରିବା ପାଇଁ ନୂତନ ଉନ୍ମାଦନାର ସହ ଜଗନ୍ନାଥ ପ୍ରେମୀ ମାନେ ପ୍ରତ୍ୟେକ ଗ୍ରାମ ଓ ପଢ଼ାରେ ଜଗନ୍ନାଥ ରଥ ଅନୁରୂପ (ଅର୍ପଣ ରଥ) ସହ ସଂକୀର୍ତ୍ତନ ମଣ୍ଡଳୀର ତାଳେ ତାଳେ ନିଜକୁ ଜଗନ୍ନାଥଙ୍କ ସେବାରେ ହଜାଇ ଦେଇଛନ୍ତି l ଏହି ଅବସରରେ ନିଶ୍ଚିନ୍ତକୋଇଲି ବ୍ଲକ ନତକାଇ ପଞ୍ଚାୟତରେ ଜୟ ଜଗନ୍ନାଥ ଅର୍ପଣ ରଥ ଭବ୍ୟ ସମାରୋହରେ ଉଦଘାଟିତ ହୋଇଯାଇଛି l ଗ୍ରାମ ବାସୀମାନେ ଏହି କାର୍ଯ୍ୟକ୍ରମ ରେ ସହଯୋଗ କରିବା ସହିତ ନିଜ ଘରୁ ଅକ୍ଷତ ଅରୁଆ ଚାଉଳ ଏବଂ ଗୋଟିଗୁଆ ଶ୍ରୀ ଜଗନ୍ନାଥଙ୍କ ଉଦ୍ଦେଶ୍ୟରେ ସମର୍ପଣ କରିଥିଲେ l ଏପରିକି କୀର୍ତ୍ତନ ମଣ୍ଡଳୀ, ଘଣ୍ଟ ପାଟୁଆ, ଘୋଡା ନାଚ, ଲଉଡି ଖେଳ, ଓଡିଶୀ ଆଦି ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ସମଗ୍ର ପରିବେଶକୁ ଜଗନ୍ନାଥ ଧାମରେ ପରିଣତ କରିଥିଲା l ଏହି କାର୍ଯ୍ୟକ୍ରମରେ ସରପଞ୍ଚ ଜୟଦେବ ରାଉତ ଙ୍କ ନେତୃତ୍ୱରେ ମୁଖ୍ୟ ଅତିଥି ଭାବେ ବିଡ଼ିଓ ଧର୍ମରଞ୍ଜନ ପଣ୍ଡା, ସମ୍ମାନିତ ଅତିଥି ଭାବେ ବ୍ଲକ ଉପାଧକ୍ଷ ଅଶୋକ କୁମାର ଓଝା ଯୋଗଦାନ କରି ଶୁଭ ଉଦଘାଟନ କରିଥିଲେ l ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ସମିତିସଭ୍ୟ ସରସ୍ବତୀ ରାଉତ, ସମିତିସଭ୍ୟାଙ୍କ ପ୍ରତିନିଧି ସନ୍ତୋଷ କୁମାର ରାଉତ, ପଞ୍ଚାୟତ ବିଜେଡ଼ି ସଭାପତି କେଶବଚନ୍ଦ୍ର ବିଶ୍ୱାଳ, ଶିବରାମ ରାଉତ, ଅଜୟ କୁମାର ସାଇଁ, ପ୍ରଭାତ କୁମାର ବସ୍ତିଆ, ଲକ୍ଷ୍ମୀଧର ରାଉତ, ରାମଚନ୍ଦ୍ର ସେନାପତି, ସୁଧୁର କୁମାର ଭୂୟାଁ, ଜୟନ୍ତ କୁମାର ବେହେରା, ରଶ୍ମିରଂଜନ ଲେଙ୍କା, ମାୟାଧର ପଣ୍ଡାଙ୍କ ସମେତ ପଞ୍ଚାୟତ ସମସ୍ତ ୱାର୍ଡ ସଭ୍ୟ ସଭ୍ୟା, ସିଆରପି, ଏମବିକେ ଏବଂ ଗ୍ରାମବାସୀ ମାନେ ଯୋଗଦାନ କରିଥିଲେ l ମୁଖ୍ୟମନ୍ତ୍ରୀ ଙ୍କ ଏଭଳି ମହତ କାର୍ଯ୍ୟକ୍ରମ କୁ ସାଧାରଣରେ ଦୃଢ ପ୍ରଶଂସା କରାଯାଇଥିଲା l
Sign in
Sign in
Recover your password.
A password will be e-mailed to you.