ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-, ଜାତୀୟ ଯୁବ ଦିବସ ପାଳନ ଅବସରରେ ଭାରତ ସରକାରଙ୍କ ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରଣାଳୟ ଆନୁକୂଲ୍ୟରେ ବେଲଗୁଣ୍ଠା ବ୍ଳକ୍ କ୍ଷତ୍ରିୟବରପୁରଠାରେ ନେହେରୁ ଯୁବ କେନ୍ଦ୍ର ତରଫରୁ ଅଂଶଗ୍ରହଣ ଦିବସ ପାଳିତ ହୋଇଯାଇଛି I ନେହେରୁ ଯୁବ କେନ୍ଦ୍ର ସଂଯୋଜିକା ଦିପ୍ତିମୟୀ ବେହେରାଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅତିଥି ରୂପେ ବରିଷ୍ଠ ଶିକ୍ଷୟିତ୍ରୀ କନକ ମଞ୍ଜରୀ ନାୟକ ଏବଂ ନୀରଜା ତ୍ରୀପାଠି ଯୋଗ ଦେଇ ଉପସ୍ଥିତ ଛାତ୍ରୀ ମାନଙ୍କୁ ଯୁବ ଦିବସ ପାଳନର ମହତ୍ତ୍ୱ ଏବଂ ବିଭିନ୍ନ କାର୍ଯ୍ୟକ୍ରମରେ ସକ୍ରିୟ ଅଂଶଗ୍ରହଣ ଉପରେ ଗୁରୁତ୍ଵାରୋପ କରିଥିଲେ I କାର୍ଯ୍ୟକ୍ରମରେ ଛାତ୍ରୀମାନଙ୍କ ମଧ୍ୟରେ ଏକ ଚିତ୍ରାଙ୍କନ ପ୍ରତିଯୋଗିତା କରାଯାଇ ଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇଥିଲା I ନେହେରୁ ଯୁବ କେନ୍ଦ୍ର ସଂଯୋଜିକା ଦିପ୍ତିମୟୀ ବେହେରା ଧନ୍ୟବାଦ ଜ୍ଞାପନ କରିଥିଲେ I
Sign in
Sign in
Recover your password.
A password will be e-mailed to you.
Prev Post