ମାଁ ସମଲେଇ ମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ନିମନ୍ତ୍ରଣ ପତ୍ର ପ୍ରଦାନ

0

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଜାନୁୟାରୀ ୨୭ ତାରିଖରେ ହେବାକୁ ଥିବା ମାଁ ସମଲେଇ ମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ପାଇଁ ବିଭିନ୍ନ ଜିଲ୍ଳାର ପ୍ରମୁଖ ମନ୍ଦିରମାନଙ୍କୁ ନିମନ୍ତ୍ରଣ କରାଯାଉଛି। ଏହି ପରିପ୍ରେକ୍ଷୀରେ ସମ୍ବଲପୁର ଜିଲ୍ଲାରୁ ଆସିଥିବା ସେବାୟତ ଓ ଅଧିକାରୀ ଗଜପତି ଜିଲ୍ଲା ରେ ଥିବା ରାମଗିରିର ମାଁ କୁରେଇଶୁଣି ମନ୍ଦିର , ଚଦ୍ରଗିରିର ଜଗନ୍ନାଥ ମନ୍ଦିର ଓ ଆର.ଉଦୟଗିରି ଲୁହାଖମ୍ବ ମନ୍ଦିରକୁ ନିମନ୍ତ୍ରଣ ପତ୍ର ପ୍ରଦାନ କରିଥିଲେ।
ଜିଲ୍ଲା ପ୍ରଶାସନ ପକ୍ଷରୁ ସେବାୟତଙ୍କୁ ଭବ୍ୟ ସମ୍ବର୍ଦ୍ଧନାରେ ପି ଡବ୍ଲ୍ୟୁ ଡି ଆଇବି ଠାରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ପାଛୋଟି ନିଆଯାଇଥିଲା ।
ଶ୍ରୀଯୁକ୍ତ ଦୁଳୟ ଚନ୍ଦ୍ର ରୟ , କ୍ରୀଷ୍ଣା ରୟ ଓ ଶିଶିର ରୟ ତିନି ସେବାୟତଙ୍କ ସମେତ ନୋଡାଲ ଅଫିସର ଶ୍ରୀଯୁକ୍ତ ବିଚିତ୍ରା ନନ୍ଦ ଆଚାର୍ଯ୍ୟ ତିନି ସେବାୟତ ଓ ନୋଡାଲ ଅଫିସରଙ୍କୁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ବୀରେନ୍ଦ୍ର କୁମାର ଦାସ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ଦେଇ ସମ୍ବର୍ଦ୍ଧିତ କରିଥିଲେ। ପରେ ପରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା ଏହି ସଭାରେ ଶ୍ରୀଯୁକ୍ତ ବୀରେନ୍ଦ୍ର କୁମାର ଦାସ , ଅତିରିକ୍ତ ଜିଲ୍ଲାପାଳ ଗଜପତିଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଡ଼.ଗୁଣନିଧି ନାୟକ , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଗଜପତି ଉପସ୍ଥିତ ଥିଲେ।
ଏହି କାର୍ଯ୍ୟକ୍ରମରେ ସଂକୀର୍ତ୍ତନ କଳାକାର ସମବେତ ଜନତାଙ୍କ ମାଧ୍ୟମରେ ସମସ୍ତ ସେବାୟତଙ୍କୁ ସ୍ବାଗତ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସଂସ୍କୃତି ଅଧିକାରୀ ସୁଶ୍ରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ , ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀ ଅରୁଣ କୁମାର ତ୍ରିପାଠୀ ସମସ୍ତ ବିଭିନ୍ନ ବିଭାଗୀୟ ଅଧିକାରୀ ଓ ବରିଷ୍ଠ ନାଗରିକ ପ୍ରମୁଖ ଉପସ୍ଥିତ ଥିଲେ। ଉକ୍ତ ସମସ୍ତ କାର୍ଯ୍ୟକ୍ରମ ଜିଲ୍ଲା ସଂସ୍କୃତି ବିଭାଗ ଦ୍ଵାରା ଆୟୋଜିତ କରାଯାଇଥିଲା।

Leave A Reply

Your email address will not be published.