ପାରଳାଖେମୁଣ୍ଡି /ବାଳକୃଷ୍ଣ ପାଣିଗ୍ରାହୀ : ଜିଲ୍ଲା ସ୍ତରୀୟ କ୍ରୀଡ଼ା ଉତ୍ସବ ପାରଳାଖେମୁଣ୍ଡି ସ୍ଥିତ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ଵୟଂଶାସିତ ମହାବିଦ୍ୟାଳୟ ପରିସରରେ ନୂଆ ଓ ଯୁବ ଓଡିଶା , ନବୀନ ଓଡିଶା ଅନ୍ତର୍ଗତ କ୍ରୀଡା ଓ ଖେଳ ପ୍ରତିଯୋଗିତାର ଉଦଯାପିତ ହୋଇଯାଇଛି।
ଏହି ଉଦଯାପିତ ଉତ୍ସବରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ଶ୍ରୀଯୁକ୍ତ ବୀରେନ୍ଦ୍ର କୁମାର ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲ୍ଲାପରିଷଦ ସଭାପତି ଶ୍ରୀଯୁକ୍ତ ଜି.ତିରୁପତି ରାଓ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଥିଲେ। ସମ୍ମାନିତ ଅତିଥି ଭାବରେ ଶ୍ରୀଯୁକ୍ତ ରାଜେନ୍ଦ୍ର ମିଞ୍ଜ , ଅତିରିକ୍ତ ଜିଲ୍ଲାପାଳ ଗଜପତି ଓ ଶ୍ରୀମତୀ ନିର୍ମଳା ସେଠୀ , ଅଧ୍ୟକ୍ଷା ପୌରପରିଷଦ , ପାରଳାଖେମୁଣ୍ଡି ଉତ୍ସବରେ ପ୍ରମୁଖ ମଞ୍ଚାସିନ ଥିଲେ।
ଏହି ଜିଲ୍ଲାସ୍ତରୀୟ କ୍ରୀଡ଼ା ଉତ୍ସବରେ ସାତ ଗୋଟି ବ୍ଲକ ସମେତ କାଶୀନଗର ଓ ପାରଳାଖେମୁଣ୍ଡି ପୌରପରିଷଦର ଯୋଗ ଦେଇ ପ୍ରଥମ ସ୍ଥାନ ହାସଲ କରିଥିବା ପ୍ରତିଯୋଗୀଙ୍କୁ ଆସନ୍ତା ୨୩ ତାରିଖ ରେ ଗଜପତି ଷ୍ଟାଡିୟମ୍ ଠାରେ ବିଜେତା ଦଳକୁ ମୁଖ୍ୟ ଅତିଥିଙ୍କ ଦ୍ଵାରା ପୁରସ୍କୃତ କରାଯିବ। ସମସ୍ତ ପ୍ରତିଯୋଗିତାର ଦ୍ଵିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିବା ଦଳକୁ ଅତିଥିଙ୍କ ଦ୍ବାରା ପୁରସ୍କୃତ କରାଯାଇଛି। କାର୍ଯ୍ୟକ୍ରମ ଶେଷରେ ସହକାରୀ ଜିଲ୍ଲାପାଳ ତଥା ଜିଲ୍ଳା କ୍ରୀଡ଼ା ଅଧିକାରୀ ପ୍ରାଣକୃଷ୍ଣ ପାଣିଗ୍ରାହୀ ଧନ୍ୟବାଦ ଅର୍ପଣ କରିଥିଲେ।
ଏହି କାର୍ଯ୍ୟକ୍ରମରେ ଡେପୁଟୀ କଲେକ୍ଟର ଶ୍ରୀ ତ୍ରିନାଥ ସାହୁ , ଶ୍ରୀ ସୁରେନ୍ଦ୍ର କୁମାର ପାତ୍ର , ଅତିରିକ୍ତ ଜିଲ୍ଲା କ୍ରୀଡ଼ା ଅଧିକାରୀ ସମେତ ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀ , କ୍ରୀଡ଼ା ଶିକ୍ଷକ ଶିକ୍ଷୟତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ।
Sign in
Sign in
Recover your password.
A password will be e-mailed to you.
Next Post