ପରିକ୍ରମା ପ୍ରକଳ୍ପ ଲୋକାର୍ପଣର ୭ମ ଦିନରେ ମୁଖ୍ୟମନ୍ତ୍ରୀଙ୍କ ପୁରୀ ଗସ୍ତ

0
  • ମହାପ୍ରଭୁଙ୍କ ଦର୍ଶନ କଲେ, ପରିକ୍ରମା ପ୍ରକଳ୍ପର ଅନୁଭୂତି ପୁଣି ଥରେ ନେଲେ ମୁଖ୍ୟମନ୍ତ୍ରୀ

  • ମହାପ୍ରଭୁଙ୍କ ନିକଟରେ ଓଡ଼ିଶା ବାସୀଙ୍କ ମଙ୍ଗଳ କାମନା କଲେ ମୁଖ୍ୟମନ୍ତ୍ରୀ

  • ପ୍ରକଳ୍ପର ଭବ୍ୟତା ଓ ଆଧ୍ୟାତ୍ମିକତା ପୂର୍ଣ୍ଣ ପରିବେଶକୁ ଦେଖି ମୁଖ୍ୟମନ୍ତ୍ରୀ ଖୁସିବ୍ୟକ୍ତ କଲେ

ପୁରୀ (ଅନିମେଶ ପଟ୍ଟନାୟକ): ପରିକ୍ରମା ପ୍ରକଳ୍ପ ଲୋକାର୍ପଣର ୭ମ ଦିନରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ପୁରୀ ଗସ୍ତ କରି ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ କରିବା ସହିତ ପରିକ୍ରମା ପ୍ରକଳ୍ପର ପୁନଃ ପ୍ରଦକ୍ଷୀଣ କରିଛନ୍ତି। 5T ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଶ୍ରୀ ଭି କେ ପାଣ୍ଡିଆନ ମଧ୍ଯ ମୁଖ୍ୟମନ୍ତ୍ରୀଙ୍କ ସହିତ ପୁରୀ ଯାଇଥିଲେ। ଭକ୍ତ ମାନଙ୍କୁ ମିଳୁଥିବା ନୂତନ ସୁବିଧା ସୁଯୋଗ ସମ୍ପର୍କର ଅନୁଭୂତି ନେବାପାଇଁ ମୁଖ୍ୟମନ୍ତ୍ରୀ ଆଜି ପୁଣି ଥରେ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିଥିଲେ। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ମୁଖ୍ୟମନ୍ତ୍ରୀ ଓଡ଼ିଶା ବାସୀଙ୍କ ଉନ୍ନତି ଓ ମଙ୍ଗଳ କାମନା କରିଥିଲେ।

ମାଟିତୋଟା ହେଲିପାଡ୍ ରେ ଓହ୍ଲାଇ ଶ୍ରୀସେତୁ ଦେଇ ଜଗନ୍ନାଥ ବଲ୍ଳଭରେ ପହଞ୍ଚିଥିଲେ ମୁଖ୍ୟମନ୍ତ୍ରୀ । ସେଠାରୁ ସେ ଶ୍ରୀଦାଣ୍ଡ ଦେଇ ମନ୍ଦିରକୁ ଦର୍ଶନ କରିବାକୁ ଯାଇଥିଲେ । ରାଜ୍ଯବାସୀଙ୍କ ଶୁଭ ମନାସି ମହାପ୍ରଭୁଙ୍କ ଆଶୀର୍ବାଦ ନେଇଥିଲେ ନବୀନ । ପରେ ସେ ଶ୍ରୀମନ୍ଦିରରୁ ବାହାରି ପରିକ୍ରମା ମାର୍ଗ ବୋଲି ଦେଖିଥିଲେ । ସାଙ୍ଗରେ ଭି କେ ପାଣ୍ଡିଆନ ମଧ୍ଯ ଉପସ୍ଥିତ ଥିଲେ । 

ପ୍ରକଳ୍ପର ଭବ୍ୟତା ଓ ଆଧ୍ୟାତ୍ମିକତା ପୂର୍ଣ୍ଣ ପରିବେଶକୁ ଦେଖି ମୁଖ୍ୟମନ୍ତ୍ରୀ ଆନନ୍ଦ ଓ ସନ୍ତୋଷ ପ୍ରକାଶ କରିଥଲେ। ସୂଚନାଥାଉ କି, ଚଳିତମାସ ୧୭ ତାରିଖ ଦିନ ମୁଖ୍ୟମନ୍ତ୍ରୀ ପରିକ୍ରମା ମାର୍ଗକୁ ଲୋକାର୍ପଣ କରିଥିଲେ । ଶ୍ରୀମନ୍ଦିର ଚତୁଃ ପାର୍ଶ୍ଵରେ ୭୫ ମିଟର ପ୍ରଶସ୍ତ ଏହି ପରିକ୍ରମା ପ୍ରକଳ୍ପ ଅତ୍ୟନ୍ତ ଭବ୍ୟ, ସୌନ୍ଦର୍ଯ୍ୟମୟ ହେବା ସହିତ ପିଢ଼ି ପରେ ପିଢ଼ି ଭକ୍ତ ମାନଙ୍କୁ ଏକ ଆଧ୍ୟାତ୍ମିକ ପରିବେଶ ପ୍ରଦାନ କରିବ। ସୁନ୍ଦର ସବୁଜ ପରିବେଶ, ଖଣ୍ଡୋଲାଇଟ ପଥରର ଆକର୍ଷଣୀୟ କାରିଗରୀ କାମ ସହିତ ଭକ୍ତ ମାନଙ୍କ ପାଇଁ କ୍ଲୋକ୍ ରୁମ୍, ସୂଚନା କେନ୍ଦ୍ର, ଆମ୍ପି ଥିଏଟର ଆଦି ଅନେକ ସୁବିଧା କରାଯାଇଛି ।

 

Leave A Reply

Your email address will not be published.