କବିସୂର୍ଯ୍ୟ ସଦାନନ୍ଦଙ୍କ ଜୟନ୍ତୀରେ ଶ୍ରଦ୍ଧାସୁମନ

0 3

ନୟାଗଡ଼,(ଲକ୍ଷ୍ମୀଧର ସାହୁ): ମଧ୍ୟଯୁଗୀୟ ଓଡ଼ିଆ ତଥା ବୈଷ୍ଣବ ସାହିତ୍ୟର ମହାନ କବି, ଓଡ଼ିଶା ଆକାଶର ଅନ୍ୟତମ ଉଜ୍ଜ୍ୱଳ ଜ୍ୟୋତିଷ୍କ ତଥା ନୟାଗଡ଼ ମାଟିର ଗର୍ବ ଓ ଗୌରବ ମହାକବି କବିସୂର୍ଯ୍ୟ ସଦାନନ୍ଦ ବ୍ରହ୍ମାଙ୍କ ୨୮୬ତମ ଜୟନ୍ତୀ ପାଳନ ସହିତ ବ୍ରଜେନ୍ଦ୍ର ହାଇସ୍କୁଲ ପରିସରରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଗଭୀର ଶ୍ରଦ୍ଧାଞ୍ଜଳି ଦିଆଯାଇଛି । କବିସୂର୍ଯ୍ୟ ସଦାନନ୍ଦ ବ୍ରହ୍ମା ସାହିତ୍ୟ ଓ ସଂସ୍କୃତି ପରିଷଦ,ନୟାଗଡ଼ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସାମଜସେବୀ ପ୍ରମୋଦ ପଟ୍ଟନାୟକ, ସମାଜସେବୀ ଦାମୋଦର ସାହୁ,ଲକ୍ଷ୍ମୀଧର ସାହୁ, ପ୍ରଦୀପ କୁମାର ସାହୁ,ପ୍ରଶାନ୍ତ ପଟ୍ଟନାୟକ, ଉମାକାନ୍ତ ମିଶ୍ର,ଅଶୋକ ମଲ୍ଲ ପ୍ରମୁଖ ଯୋଗଦାନ କରି କବିସୂର୍ଯ୍ୟଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରିବା ସହ ଚୈତନ୍ୟ ପନ୍ଥୀ ବୈଷ୍ଣବ କବି କବିସୂର୍ଯ୍ୟ ସଦାନନ୍ଦଙ୍କ ଜୀବନୀ ଏବଂ ବିରଳ ରଚନାବଳୀ ସଂପର୍କରେ ବିସ୍ତୃତ ଆଲୋଚନା କରିଥିଲେ ।

Leave A Reply

Your email address will not be published.