ଭୁବନେଶ୍ୱର, ୨୯/୦୧/୨୦୨୪:ଯାତ୍ରା ଜଗତର ଖ୍ୟାତନାମା କଳାକାରମାନେ ଆଜି ଶଙ୍ଖଭବନ ଠାରେ ବରିଷ୍ଠ ବିଜେଡ଼ି ଉପସଭାପତି ତଥା ବଡ଼ମ୍ବା ବିଧାୟକ ଶ୍ରୀ ଦେବୀ ପ୍ରସାଦ ମିଶ୍ର, ସାଂସଦ ଶ୍ରୀ ମାନସ ମଙ୍ଗରାଜ ଓ ଶ୍ରୀ ଅମର ପଟ୍ଟନାୟକଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି ।ଦଳରେ ସାମିଲ୍ ହୋଇଥିବା ସମସ୍ତ ଯାତ୍ରା କଳାକାରମାନଙ୍କୁ ଶ୍ରୀ ମିଶ୍ର, ଶ୍ରୀ ମଙ୍ଗରାଜ ଓ ଶ୍ରୀ ପଟ୍ଟନାୟକ ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ । ବିଜେଡ଼ିରେ ଯାତ୍ରା କଳାକାରଙ୍କ ଯୋଗଦାନ ଫଳରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ସାଂସଦ ମାନସ ମଙ୍ଗରାଜ ଓ ଅନ୍ୟ ନେତୃବୃନ୍ଦ କହିଥିଲେ ।
ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ଯାତ୍ରା କଳାକାର ମାନେ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ,ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପି୍ରମୋ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟକଳାପ ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗଦେଲୁା କଳାକାରମାନଙ୍କ ବିକାଶ ଓ ସ୍ୱପ୍ନକୁ ସାକାର କରିବା ପାଇଁସର୍ବଦା କାର୍ଯ୍ୟକରିଥାନ୍ତିମୁଖ୍ୟମନ୍ତ୍ରୀଏବଂ ଆମେ ଆଗାମୀ ଦିନରେ ବିଜେଡ଼ି କିପରି ଆହୁରି ମଜଭୁତ ହେବ, ସେନେଇ ଆମ ସ୍ତରରେ କାର୍ଯ୍ୟ ଜାରିରଖିବୁ । ଦଳରେ ଆମକୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ସାଂସଦ ମାନସ ମଙ୍ଗରାଜ ଓ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ ।
ଏହି ମିଶ୍ରଣ ପର୍ବରେ ଯାତ୍ରା କଳାକାର ବାପି ପଣ୍ଡା, ଦୈତାରୀ ପଣ୍ଡା, ଚୈତନ୍ୟ ପାଇକ, ରମେଶଚନ୍ଦ୍ର ନାୟକ, ଶିବରାମ ପ୍ରଧାନ, ସୁବାସ ବେହେରା ଏବଂ ବିଭିନ୍ନ ଜିଲ୍ଲାର ଯାତ୍ରା କଳାକାରମାନଙ୍କ ମଧ୍ୟରେ ରତିକାନ୍ତ ପରିଡ଼ା, ଆଦିକନ୍ଦ ନାୟକ, ଶୁଭେନ୍ଦୁ ଲେଙ୍କା, ସଞ୍ଜୟ କୁମାର ଦାସ, ହୃଷିକେଶ ମିଶ୍ର, ଅସିତ୍ କୁମା ରଜେନା, ମନୋଜ ବାରିକ, ହିରନ୍ୟା ବେହେରା, ବିଜୟ କୁମାର ବିଶ୍ୱାଳ, ପ୍ରତାପ ରୁଦ୍ର ପାତ୍ର, ରାଜେନ୍ଦ୍ର କୁମାର ପତି, ତପନ ମଲ୍ଲିକ, ବ୍ରଜସୁନ୍ଦର ମଲ୍ଲିକ, ଶରତ ଚନ୍ଦ୍ର ସାହୁ, ଲିଙ୍ଗରାଜ ପାଣିଗ୍ରାହୀ, ପଲାରାଜୁ ପବନ, ଅନିରୁଦ୍ଧ ପାଇକ, ଶଙ୍କର ପୋଢ଼, ସୌଭାଗ୍ୟ ହରିପାଲ, ପୁରଷୋତ୍ତମ ସଗରିଆ, ପୂର୍ଣିର୍ମା ଛତ୍ରିଆ , ତି୍ରଶୂଳିଆ ବେହେରା, ଡେଜିରାଣୀ ସ୍ୱାଇଁ । ଏହି ସବୁ ନେତୃବୃନ୍ଦଙ୍କ ସହ ସାରା ରାଜ୍ୟରୁ ୩୫୦ରୁ ଊଦ୍ଧ୍ୱର୍ ଯାତ୍ରାକଳାକାର ଆଜି ଏହି ଅବସରରେ ବିଜେଡ଼ିରେ ସାମିଲ୍ହୋଇଥିଲୋ ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ ।
Sign in
Sign in
Recover your password.
A password will be e-mailed to you.