ରାଉରକେଲା,(ବସନ୍ତ କୁମାର ଜେନା) : ସୁନ୍ଦରଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ବିଶ୍ରା ବ୍ଲକ କାର୍ଯ୍ୟାଳୟଠାରେ ଯୁଗ୍ମ ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି। ପାନପୋଷ ଉପ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ନାୟକ ଯୋଗଦେଇ ସାଧାରଣ ଲୋକଙ୍କ ଆପତ୍ତି ଅଭିଯୋଗ ଆଦି ଶୁଣାଣି କରିଥିଲେ। ଏହି ଜନଶୁଣାଣିରେ ମୋଟ ୮୫ ଟି ଅଭିଯୋଗ ଆସିଥିଲା। ସେଥିମଧ୍ୟରୁ ୫୩ଟି ବ୍ୟକ୍ତିଗତ ସମସ୍ୟା ଥିଲାବେଳେ ୩୧ ଗୋଟି ସାମୁହିକ ସମସ୍ୟା ଥିଲା। ଏହା ବ୍ଯତୀତ ଜଣେ ହିତାଧିକାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଆଥିର୍କ ସହାୟତା ପ୍ରଦାନ କରାଯାଇଥିଲା। ବ୍ଲକର ବିଭିନ୍ନ ଗ୍ରାମପଞ୍ଚାୟତରୁ ଆସିଥିବା ଲୋକମାନେ ବିଭିନ୍ନ ସମସ୍ୟା ଯେପରି ଆବାସ ଯୋଜନା ଅଧୀନରେ ଘର,ଜମି ଜାଗା, ରାସ୍ତା ଓ ଡ୍ରେନ ନିର୍ମାଣ, ପାନୀୟ ଜଳ, ବିଦ୍ୟୁତ, ରାସନ କାର୍ଡ, ସ୍ୱାସ୍ଥ୍ୟ, ଅଙ୍ଗନବାଡ଼ି ଏବଂ ସ୍କୁଲ ଆଦି ସମସ୍ୟା ବିଷୟରେ ଅଭିଯୋଗ ଆଣିଥିଲେ।
ଏହି କାର୍ଯ୍ୟକ୍ରମରେ ବିଶ୍ରା ବ୍ଲକ ବିଡିଓ ଜଗନ୍ନାଥ ହନୁମାନ, ବ୍ଲକ ଅଧ୍ଯକ୍ଷା ଫୁଲମାନୀ କେରକେଟାଙ୍କ ସମେତ ବିଭିନ୍ନ ବିଭାଗିୟ ଅଧିକାରୀ ଉପସ୍ଥିତ ଥିଲେ।
Sign in
Sign in
Recover your password.
A password will be e-mailed to you.