ବାଲୁଗାଁ (ସେକ କୌସର ): ରାଜ୍ୟ ସରକାରଙ୍କ କ୍ରୀଡ଼ା ଓ ଯୁବସେବା ବିଭାଗ ପ୍ରୋତ୍ସାହନରେ ବାଲୁଗାଁ ମହାବିଦ୍ୟାଳୟ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଦ୍ୱାରା ଚାଲିଥିବା ନୂତନ ଉନ୍ନତ ଅଭିଳାଷ ଓଡ଼ିଶା ଅନ୍ତର୍ଗତ ଓଡ଼ିଆ ସାହିତ୍ୟ ପ୍ରତିଯୋଗିତା କାର୍ଯ୍ୟକ୍ରମର ଆଜି ଉଦଯାପନ ସମାରୋହ ଅନୁଷ୍ଠିତ ହୋଇଯାଇଛି। ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଓ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଉଦଘାଟନୀ ଅବସରରେ ଚଳିତ ମାସ ଷୋହଳ ତାରିଖରେ ଉଦଘାଟିତ ହୋଇଥିବା ଏହି ସର୍ଜନାତ୍ମକ ଓ ସାଂସ୍କୃତିକ କାର୍ଯ୍ୟକ୍ରମର ଉଦଯାପନୀ ସମାରୋହରେ ମହାବିଦ୍ୟାଳୟର ଅଧ୍ୟକ୍ଷା ଡକ୍ଟର କଳ୍ପନା ଦାଶ ସଭାପତିତ୍ୱ କରିବା ସହ ସ୍ୱାଗତ ସମ୍ଭାଷଣ ପ୍ରଦାନ କରିଥିଲେ।ଆମନ୍ତ୍ରିତ ଅତିଥି ମାନେ ଶ୍ରୀଜଗନ୍ନାଥଙ୍କ ମୂର୍ତ୍ତିରେ ପ୍ରଦୀପ ପ୍ରଜ୍ବଳନ ଓ ପୁଷ୍ପମାଲ୍ୟ ଅର୍ପଣ କରିବାପରେ ଛାତ୍ରୀମାନେ ସ୍ୱାଗତ ସଂଗୀତ ଓ ସ୍ୱାଗତ ନୃତ୍ୟ ପରିବେଷଣ କରିଥିଲେ। ଯୁକ୍ତ ଦୁଇ ଅଧ୍ୟକ୍ଷା ଡକ୍ଟର ଜୟନ୍ତୀ ସାମଲ ନିଜ ବକ୍ତବ୍ୟରେ ସମଗ୍ର ବିଶ୍ୱକୁ ଓଡ଼ିଆ ଭାଷା, ଓଡ଼ିଆ ସଂସ୍କୃତି ଓ ଶ୍ରୀ ଜଗନ୍ନାଥଙ୍କ ସଂସ୍କୃତିର ମହାନ ଅବଦାନ ସମ୍ପର୍କରେ ବିଭିନ୍ନ ଆଲେଖ୍ୟ ପ୍ରଦାନ କରିଥିଲେ।ଏହି ଅବସରରେ ଅଧ୍ୟାପକ ଡକ୍ଟର କୈଳାସ ଚନ୍ଦ୍ର ମହାରଣା ଅତିଥି ପରିଚୟ ପ୍ରଦାନ କରିଥିଲେ। ଉତ୍ସବରେ ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦର ଅଧ୍ୟକ୍ଷା ସୁକାନ୍ତି ପାଇକରାୟ ମୁଖ୍ୟ ଅତିଥି ଓ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପ୍ରାକ୍ତନ ବିଭାଗ ମୁଖ୍ୟ ଡକ୍ଟର ରଜନୀ ରାଣୀ ମିଶ୍ର ମୁଖ୍ୟ ବକ୍ତା ଭାବେ ଯୋଗଦେଇଥିବା ବେଳେ ପ୍ରାକ୍ତନ୍ ଅଧ୍ୟକ୍ଷା ବିନତି ମଞ୍ଜରୀ ରାଉତ ଓ କାଉନ ସିଲର ସୁଜାତା ପଣ୍ଡା ସମ୍ମାନିତ ଅତିଥିଭାବେ ଯୋଗ ଦେଇ ଶ୍ରୀଜଗନ୍ନାଥ ସକଳ ଓଡ଼ିଆଙ୍କ ବିଶ୍ୱାସର ଆଧାର ବୋଲି ମତବ୍ୟକ୍ତ କରିବା ସହ ପ୍ରତିଟି ଓଡ଼ିଆଙ୍କ ଜୀବନ ଶୈଳୀରେ କିପରି ଶ୍ରୀ ଜଗନ୍ନାଥଙ୍କ ସଂସ୍କୃତି ପ୍ରତିଫଳିତ ହୋଇଛି ତାହାର ଦୃଷ୍ଟାନ୍ତ ଉପସ୍ଥାପିତ କରିଥିଲେ।ଏହି ଅବସରରେ ଅଧ୍ୟକ୍ଷା ଡକ୍ଟର ଦାଶ ସମସ୍ତ ଅତିଥି ମାନଙ୍କୁ ପ୍ରୀତି ଉପହାର ଓ ଉପଢୌକନ ପ୍ରଦାନ କରି ସମ୍ବର୍ଦ୍ଧିତ କରିଥିଲେ। ଏହାପରେ ଅଧ୍ୟାପକ ଧୋବୀ ଚରଣ ପରିଡ଼ା ଓ ଅଧ୍ୟାପିକା ଶୁଭଦର୍ଶିନୀ ବିଶ୍ୱାଳଙ୍କ ସଂଯୋଜନାରେ ଅତିଥିମାନେ କୃତୀ ଛାତ୍ର ଛାତ୍ରୀଙ୍କୁ ପୁରସ୍କାର ଓ ମାନପତ୍ର ପ୍ରଦାନ କରିଥିଲେ। ଧନ୍ୟବାଦ ପ୍ରଦାନ କରିଥିଲେ ଯୁକ୍ତ ତିନି ନୋଡାଲ ଅଧିକାରୀ ଝରଣା ନାଥ।ଡକ୍ଟର କୈଳାସ ଚନ୍ଦ୍ର ମହାରଣା ମଞ୍ଚ ସଂଯୋଜନା କରିଥିବା ବେଳେ କାର୍ଯ୍ୟକ୍ରମକୁ ଯୁକ୍ତ ଦୁଇ ନୋଡାଲ ଅଧିକାରୀ ଡକ୍ଟର ପୂର୍ଣ୍ଣ ଚନ୍ଦ୍ର ସାମନ୍ତରାୟ,ଅଧ୍ୟାପକ ହିମାଂଶୁ ଶେଖର ଦାଶ, ପ୍ରବୀଣ କୁମାର ଜେନା,ସୁଧାକର ନାୟକ ପ୍ରମୁଖ ପରିଚାଳନା କରିଥିଲେ।
Sign in
Sign in
Recover your password.
A password will be e-mailed to you.