ଅନଲାଇନ ମାଧ୍ୟମରେ କାଳିଆ ଛାତ୍ରବୃତ୍ତି ଆବେଦନ ସମୟସୀମା ୨୦୨୪ ଜାନୁୟାରୀ ୩୧ ତାରିଖରୁ ଫେବୃଆରୀ ୮ ତାରିଖ, ୨୦୨୪ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି I କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ସମୟସୀମା ବୃଦ୍ଧି ପ୍ରସ୍ତାବକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି I
ନୂତନ କାର୍ଯ୍ୟସୂଚୀ ଅନୁଯାୟୀ କାଳିଆ ହିତାଧିକାରୀଙ୍କ ପିଲାମାନେ ରାଜ୍ୟର ଉଭୟ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ଓ ପ୍ରିମିୟର ଶିକ୍ଷାନୁଷ୍ଠାନରେ ବୈଷୟିକ ଶିକ୍ଷାନୁଷ୍ଠାନ ନିମନ୍ତେ କାଳିଆ ଛାତ୍ରବୃତ୍ତି ପାଇବା ପାଇଁ Common Scholarship Portalରେ ଅନଲାଇନ ରେ ଆବେଦନ ସମୟସୀମାକୁ ଚଳିତ ଫେବୃଆରୀ ୮ ତାରିଖକୁ ବୃଦ୍ଧି କରାଯାଇଛି I ସୂଚନାଯୋଗ୍ୟ ଯେ ପରିବର୍ଦ୍ଧିତ କାଳିଆ ଛାତ୍ରବୃତ୍ତି ମାର୍ଗଦର୍ଶୀକା ଅନୁଯାୟୀ ଜାନୁଆରୀ ୯ ତାରିଖରୁ ଜାନୁଆରୀ ୩୧ ତାରିଖ ପର୍ଯ୍ୟନ୍ତ ଏହି ପୋର୍ଟାଲ ଖୋଲା ରଖିବା ପାଇଁ ସମୟସୀମା ଧାର୍ଯ୍ୟ କରାଯାଇଥିଲା I ମାତ୍ର କାଳିଆ ଛାତ୍ରବୃତ୍ତି ନିମନ୍ତେ ପିଲାମାନଙ୍କ ମଧ୍ୟରେ ଆଗ୍ରହ ଏବଂ ଆବେଦନ ସମୟସୀମା ବୃଦ୍ଧି ନିମନ୍ତେ ଅନେକ ଛାତ୍ରଛାତ୍ରୀଙ୍କ ଅନୁରୋଧକୁ ଦୃଷ୍ଟିରେ ରଖି କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁ ଙ୍କ ପରାମର୍ଶ କ୍ରମେ ଅନଲାଇନ ଆବେଦନ ସମୟସୀମା ଫେବୃଆରୀ ୮ ତାରିଖ ପର୍ଯ୍ୟନ୍ତ ବୃଦ୍ଧି ପାଇଁ ବିଭାଗ ପକ୍ଷରୁ ଦିଆଯାଇଥିବା ପ୍ରସ୍ତାବ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ଲାଭ କରିଛି I
Sign in
Sign in
Recover your password.
A password will be e-mailed to you.