ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପାରଳାଖେମୁଣ୍ଡି ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଠାରେ ଜିଲ୍ଲା ସ୍ବାସ୍ଥ୍ୟ ସମିତି , ଗଜପତି ତରଫରୁ ଜିଲ୍ଲା ସ୍ତରୀୟ ଜାତୀୟ କୃମି ନାଶକ ଦିବସ ଉଦ୍ଘାଟନୀ କାର୍ଯ୍ୟକ୍ରମଟି ପାଳିତ ହୋଇଯାଇଛି।
ଏହି ଅବସରରେ ମୁଖ୍ୟ ଅତିଥି ରୂପେ ଅତିରିକ୍ତ ଜିଲ୍ଲାପାଳ , ଗଜପତି ଶ୍ରୀଯୁକ୍ତ ରାଜେନ୍ଦ୍ର ମିଞ୍ଜ , ସମ୍ମାନିତ ଅତିଥି ରୂପେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ପ୍ରଦୀପ ପାତ୍ର , ଏଡିପିଏମଓ ଡା.ମହେନ୍ଦ୍ର ଭୂୟାଁ , ଡିପିଏମ୍ (ଏନ୍ ଏଚ୍ ଏମ୍) ସୌମ୍ୟାରାଣୀ ଗୌଡ ଯୋଗ ଦେଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ଏହି ଅବସରରେ ମୁଖ୍ୟ ଅତିଥି କୃମି ରୋଗ ସମ୍ବନ୍ଧରେ ଛାତ୍ରଛାତ୍ରୀ ମାନଙ୍କୁ ସଚେତନ କରାଇଥିଲେ।
ଉକ୍ତ କାର୍ଯ୍ୟକ୍ରମଟି ଜିଲ୍ଲା ସ୍ବାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀ ଶ୍ରୀଯୁକ୍ତ ନେତ୍ରାନନ୍ଦ ଶତପଥିଙ୍କ ସଂଯୋଜନାରେ ତଥା ବିଦ୍ୟାଳୟର ପ୍ରଧାନାଚାର୍ଯ୍ୟ ଶ୍ରୀଯୁକ୍ତ ସରୋଜ କୁମାର ପଣ୍ଡା ଓ ଅନ୍ୟ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ସହଯୋଗରେ ସମ୍ପାଦିତ ହୋଇଥିଲା।
Sign in
Sign in
Recover your password.
A password will be e-mailed to you.