(ନିଶ୍ଚିନ୍ତକୋଇଲି -ଶାସକ ପ୍ରଶାସକ): ନିଶ୍ଚିନ୍ତକୋଇଲି ବ୍ଳକ କଟରପଡ଼ା ପଂଚାୟତ କାର୍ଯ୍ୟାଳୟ ନିକଟରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ସରପଞ୍ଚ ରାକେଶ କୁମାର ସାମଲଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଛି। ଏଥିରେ ମୁଖ୍ୟଅତିଥି ଭାବେ ବ୍ଳକ ଉନ୍ନୟନ ଅଧିକାରୀ ଧର୍ମରଂଜନ ପଣ୍ଡା ଯୋଗଦାନ କରି ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ସମ୍ପର୍କରେ ଜନସାଧାରଣଙ୍କୁ ସଚେତନ କରିଥିଲେ । ମୁଖ୍ୟବକ୍ତା ଭାବେ ବ୍ଲକ ଉପାଧ୍ୟକ୍ଷ ଅଶୋକ କୁମାର ଓଝା ଯୋଗଦାନ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିକାଶମୂଳକ ଶାସନରେ ଅନୁପ୍ରାଣିତ ପୂର୍ବତନ ମନ୍ତ୍ରୀ ତଥା ମାହାଙ୍ଗା ବିଧାୟକ ପ୍ରତାପ ଜେନାଙ୍କ ଉଦ୍ୟମ କ୍ରମେ ସମଗ୍ର ପଞ୍ଚାୟତର ଉନ୍ନତି ଏବଂ ପ୍ରଗତି ହୋଇପାରିଛି ବୋଲି ମତବ୍ୟକ୍ତ କରିଥିଲେ। ଏଥିରେ ସମ୍ମାନୀତ ଅତିଥି ଭାବେ ବ୍ଳକ ବିଜେଡ଼ି ସଭାପତି ରମାକାନ୍ତ ମହାନ୍ତି, ବିଜେଡି କୃଷକ ସଂଗଠନର ସଭାପତି ଜ୍ୟୋତି ପ୍ରକାଶ ସାଇଁ, ଜିଲ୍ଲାପରିଷଦ ଜସ୍ମିତା ସେଠୀ, ଶିକ୍ଷାବିତ୍ ଫକୀର ଚରଣ ନାୟକ, ପଞ୍ଚାୟତ ସଭାପତି କୈଳାସ ସାଇଁ, ସମାଜସେବୀ ପତିତପାବନ ସାଇଁ, ବାନାମ୍ବର ସାଇଁ, ବିଜୟ କୁମାର ବରାଳ, ପିଇଓ ମୋନାଲିସା ସାହୁ ସାହୁ ପ୍ରମୁଖ ଯୋଗଦେଇଥିଲେ। ଶେଷରେ ଅତିଥିବୃନ୍ଦ ବରିଷ୍ଠ ନାଗରିକ, ଆଶା, ଅଙ୍ଗନୱାଡ଼ି କର୍ମୀ,ଏସଏଚଜି ମହିଳାଙ୍କୁ ଉତ୍ତରୀୟ ପ୍ରଦାନ ପୂର୍ବକ ସମ୍ବର୍ଦ୍ଧିତ କରିବା ସହିତ କୃତୀ ଛାତ୍ର ଛାତ୍ରୀମାନଙ୍କୁ ଟ୍ରଫି ଏବଂ ସାର୍ଟିଫିକେଟ ପ୍ରଦାନ କରିଥିଲେ ।
Sign in
Sign in
Recover your password.
A password will be e-mailed to you.