ସରପଡ଼ା ପଞ୍ଚାୟତ ରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ l

0 3

(ନିଶ୍ଚିନ୍ତକୋଇଲି-ଶାସକ ପ୍ରଶାସକ): ନିଶ୍ଚିନ୍ତକୋଇଲି ବ୍ଳକ ସରପଡ଼ା ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ସରପଞ୍ଚ ବିବେକାନନ୍ଦ ଆଚାର୍ଯ୍ୟଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ହୋଇଛି । ସମିତିସଭ୍ୟା ସସ୍ମିତା ସାଇଁଙ୍କ ସଂଯୋଜନାରେ ଏଥିରେ ମୁଖ୍ୟଅତିଥି ଭାବେ ବ୍ଳକ ଉପାଧ୍ୟକ୍ଷ ଅଶୋକ ଅଶୋକ କୁମାର ଓଝା ଯୋଗଦାନ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିକାଶମୂଳକ ଯୋଜନା ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ସମ୍ପର୍କରେ ଜନସାଧାରଣଙ୍କୁ ସଚେତନ କରିବା ସହିତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଵିକାଶମୂଳକ ଶାସନରେ ଅନୁପ୍ରାଣିତ ପୂର୍ବତନ ମନ୍ତ୍ରୀ ତଥା ମାହାଙ୍ଗା ବିଧାୟକ ପ୍ରତାପ ଜେନାଙ୍କ ଉଦ୍ୟମ କ୍ରମେ ସମଗ୍ର ପଞ୍ଚାୟତର ଉନ୍ନତି ଏବଂ ପ୍ରଗତି ହୋଇପାରିଛି ବୋଲି ପ୍ରକାଶ କରିଥିଲେ । ଏଥିରେ ସମ୍ମାନୀତ ଅତିଥି ଭାବେ ବ୍ଲକ ବିଜେଡି ସଭାପତି ରମାକାନ୍ତ ମହାନ୍ତି, ସମାଜସେବୀ ଜ୍ୟୋତିପ୍ରକାଶ ସ୍ୱାଇଁ, ଜିଲ୍ଲାପରିଷଦ ଜସ୍ମିତା ସେଠି, ବ୍ଳକ ବିଜେଡି ଉପ ସଭାପତି ତପନ ଦାଶ, ଯୁବ ନେତା ପ୍ରମୋଦ ସାଇଁ, ରମେଶ ମହାନ୍ତି, ପିଇଓ ଶ୍ରୀକାନ୍ତ କୁମାର ଧଳ ପ୍ରମୁଖ ଯୋଗ ଦେଇଥିଲେ l ଶେଷରେ ଅତିଥିବୃନ୍ଦ ବରିଷ୍ଠ ନାଗରିକ ମାନଙ୍କୁ ସମ୍ବର୍ଦ୍ଧିତ କରିବା ସହିତ କୃତୀ ଛାତ୍ର ଛାତ୍ରୀମାନଙ୍କୁ ଟ୍ରଫି ଏବଂ ସାର୍ଟିଫିକେଟ ପ୍ରଦାନ କରିଥିଲେ ।

Leave A Reply

Your email address will not be published.