ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ )ତା ୧୮/୦୨/୦୨୪ ନବରଙ୍ଗପୁର ଜିଲ୍ଲା ଡାବୁଗାଁ ବ୍ଲକ ରେ ଆଜି ଆମ ଓଡିଶା ନବୀନ ଓଡିଶା ସଚେତନ କାର୍ଯ୍ୟକ୍ରମ ଉଦଯାପିତ ହୋଇଯାଇଛି। ରାଜ୍ୟ ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନା ର ସଫଳତା ନେଇ ଡାବୁଗାଁ ବ୍ଲକ ର ବିଭିନ୍ନ ପଞ୍ଚାୟତ ରେ ଚାଲି ଆସୁଥିବା ଆମ ଓଡିଶା ନବୀନ ଓଡିଶା ସଚେତନ କାର୍ଯ୍ୟକ୍ରମ ଉଦଯାପିତ ଦିବସରେ ଆଜି ଜବାଗୁଡା ଓ ନନ୍ଦପୁରା ଗ୍ରାମ ପଞ୍ଚାୟତ ରେ ସଚେତନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜବାଗୁଡ଼ା ଗ୍ରାମ ପଞ୍ଚାୟତ ସରପଞ୍ଚ ଗୋମତି ଭତରା ଙ୍କ ସଭାପତିତ୍ବରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଡାବୁଗାଁ ବିଧାୟକ ମନୋହର ରନ୍ଧାରି ଯୋଗ ଦେଇ ରାଜ୍ୟ ସରକାରଙ୍କ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟକ୍ରମ ଓ ଯୋଜନା ସମ୍ପର୍କରେ ପଞ୍ଚାୟତ ବାସୀଙ୍କୁ ସଚେତନ କରିଥିଲେ। ସ୍ଥାନୀୟ ଲୋକଙ୍କ ଅଭିଯୋଗ ଓ ଆବଶ୍ୟକ ଭିତ୍ତି କରି ନିର୍ମାଣ ହୋଇଥିବା ବିଭିନ୍ନ ଉନ୍ନୟନ ପ୍ରକଳ୍ପ କାର୍ଯ୍ୟର ବିକାଶ ନେଇ ଲୋକଙ୍କୁ ସଚେତନ କରିଥିଲେ। ଏହି କାର୍ଯ୍ୟକ୍ରମରେ ଅନ୍ୟ ମାନଙ୍କ ମଧ୍ୟରେ ବ୍ଲକ ଅଧ୍ୟକ୍ଷା ବୀଣା ମାଝୀ, ବିଧାୟକ ପ୍ରତିନିଧି ଏମ ବୁଲୁ ରାଓ, ସମିତି ସଭ୍ୟ ପଦ୍ମିନୀ ବିଶୋଇ, ଜିପିଇଓ ପଦ୍ମନାଭ ଭାଲ୍ଲା, ପିଇଓ ଏଡି ପ୍ରସାଦ, ତଥା ସୁଭ୍ରଜିତ ବେହୁରିଆ ଉପସ୍ଥିତ ଥିଲେ। ଶେଷରେ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ କୃତି ପ୍ରତିଯୋଗୀ ମାନଙ୍କୁ ଅତିଥି ମାନଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା। ସେହିପରି ନନ୍ଦପୁରା ଗ୍ରାମ ପଞ୍ଚାୟତ ସରପଞ୍ଚ ମୋଇନା ମାଝୀଙ୍କ ସଭାପତିତ୍ବରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଡାବୁଗାଁ ବିଧାୟକ ମନୋହର ରନ୍ଧାରି ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଜିଲ୍ଲା ପରିଷଦ ସଭ୍ୟ ଧନ ସିଂ ଭତରା, ଡାବୁଗାଁ ବିଡିଓ ଶରତ ମାଝୀ, ବିଧାୟକ ପ୍ରତିନିଧି ଏମ ବୁଲୁ ରାଓ, ବ୍ଲକ ଉପାଧ୍ୟକ୍ଷ ସଦାନନ୍ଦ ନାୟକ, ବ୍ଲକ ବିଜେଡି ସଭାପତି ସୁରେନ୍ଦ୍ର ମିଶ୍ର, ନାଏବ ସର ପଞ୍ଚ ରାଜୁ ପୂଜାରୀ, ସମିତି ସଭ୍ୟ ରାଇଧର ବିନ୍ଧାଣି, ପିଇଓ ପର୍ଶୁରାମ ମାଳି, ପେଶା ସଂଯୋଜକ ଶୁଭଶ୍ରୀ ମହାଙ୍କୁଡ଼ , ଓ ମହେଶ ପନକା ପ୍ରମୁଖ ଉପସ୍ଥିତ ଥିଲେ।
Sign in
Sign in
Recover your password.
A password will be e-mailed to you.