ବ୍ଲକ ସ୍ତରୀୟ ବିପର୍ଯ୍ୟୟ ପରିଚାଳନା କର୍ମଶାଳା,

0 2

 ଅଶୋକ ସାହୁ, ଶାସକ ପ୍ରଶାସକ/ନନ୍ଦାହାଣ୍ଡି : .ନନ୍ଦାହାଣ୍ଡି ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ବ୍ଲକ ସ୍ତରୀୟ ବିପର୍ଯ୍ୟୟ ପରିଚାଳନା କର୍ମଶାଳା ଅନୁଷ୍ଠିତ ହୋଇଥିଲା l ଗୋଷ୍ଠୀ ଉନ୍ନୟନ ଅଧିକାରୀ କ୍ଷୀରୋଦ ଚନ୍ଦ୍ର  ସାହୁ ଅଧ୍ୟକ୍ଷତା କରିଥିଲେ l ନନ୍ଦାହାଣ୍ଡି ପଞ୍ଚାୟତ   ଅଧ୍ୟକ୍ଷା ରଶ୍ମିତା ମାଝୀ, ଉପାଧ୍ୟକ୍ଷ ସଦନ ଗଉଡ, ଜିଲ୍ଲା ପରିଷଦ ସଭ୍ୟ ଦିବ୍ୟ ଦାନ ସୁନା ମଞ୍ଚାସୀନ ଥିଲେ l ନନ୍ଦାହାଣ୍ଡି ବ୍ଲକ ଅନ୍ତର୍ଗତ ୧୮ ଟି ଗ୍ରାମରେ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ଓ ପ୍ରସ୍ତୁତି ସମନ୍ଧରେ ଜିଲ୍ଲା ଜରୁରୀ କାଳୀନ କାର୍ଯ୍ୟାଳୟର ଜିଲ୍ଲା ପ୍ରକଳ୍ପ ଅଧିକାରୀ ହିମାଂଶୁ ଶେଖର ପଟ୍ଟନାୟକ ଉପସ୍ଥିତ ରହି ପ୍ରାକୃତିକ ବିପର୍ଯ୍ୟୟ ବିଷୟରେ ବିସ୍ତୃତ ଭାବେ ଆଲୋଚନା କରି  ସମସ୍ତଙ୍କୁ ଅବଗତ କରିଥିଲେ l ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ସମସ୍ତ ସରପଞ୍ଚ , ସମିତି ସଭ୍ୟ, ସମସ୍ତ ଗ୍ରାମ ରୋଜଗାର ସେବକ, ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ଉତ୍କଳ ଭତ୍ରା, ଶଶାଙ୍କ ଶେଖର ନାୟକ, ପ୍ରସନ୍ନ ବିଶୋଇ ପ୍ରମୁଖ ଉପସ୍ଥିତ ଥିଲେ l ସର୍ବଶେଷରେ ବ୍ଲକର ନୋଡାଲ ଅଫିସର ସଚିଦା ନନ୍ଦ ତ୍ରିପାଠୀ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ l

Leave A Reply

Your email address will not be published.