ଜଗତସିଂହପୁର,ତା-୧୯.୦୨.୨୦୨୪/ସୁମନ୍ତ କୁମାର ଦାସ: ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦଭାବନା ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଅଛି।ଏହି ଅଭିଯୋଗ ଶିବିର ରେ ଉପସ୍ଥିତ ରହି ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱରି,ଭା. ପ୍ର .ସେ. ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ। ଆଜି ମୋଟ 109ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ 101 ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ 8 ଟି, ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ରେସନ୍ କାର୍ଡ ସମସ୍ୟା ସମ୍ପର୍କୀୟ 13 ଟି, ଆବାସ ଯୋଜନା ସମ୍ପର୍କୀୟ 02 ଟି, ଜମିଜମା ସମସ୍ୟା ସମ୍ପର୍କୀୟ 18 ଟି, ଭତ୍ତା ପାଇବା ପାଇଁ 10ଟି, ପୋଲିସ ସହାୟତା ପାଇବା ପାଇଁ 05ଟି,ରେଡ୍ କ୍ରସ ପାଣ୍ଠିରୁ ସହାୟତା ପାଇବା ପାଇଁ 02 ଟି, ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ସହାୟତା ପାଇବା ପାଇଁ 02 ଟି ଏବଂ ଅନ୍ୟାନ୍ୟ 24 ଟି ଅଭିଯୋଗର ଶୁଣାଣି କରାଯାଇଥିଲା। 25ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା। ରାଜ୍ୟ ସରକାର ଙ୍କ ସ୍ୱଳ୍ପ ସଂଚୟ ପ୍ରୋତ୍ସାହନ ଯୋଜନା ମାଧ୍ୟମରେ ଏ ଟି (AT)ସିରିଜ ଉଠାଣରେ ଜଗତସିଂହପୁର ଜିଲ୍ଲା ପାରାଦ୍ୱୀପ ର ଶ୍ରୀ ବିଜୟ ବରାଳ ପ୍ରଥମ ପୁରସ୍କାର ଲାଭ କରିଛନ୍ତି। ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅବସରରେ ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱରୀ ଶ୍ରୀ ବରାଳ ଙ୍କୁ ପୁରସ୍କାର ରାଶି 5 ଲକ୍ଷ ଟଙ୍କାର ଚେକ ପ୍ରଦାନ କରିଥିଲେ। ଏହି କାର୍ଯ୍ୟକ୍ରମ ରେ ଜିଲ୍ଲା ସ୍ୱଳ୍ପ ସଂଚୟ ଅଧିକାରୀ ଶ୍ରୀ ରଞ୍ଜନ ଦାସ ଉପସ୍ଥିତ ଥିଲେ।ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ରାହୁଲ ପି ଆର୍, ମୁଖ୍ୟ ବିକାଶ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଶ୍ରୀ ରବିନାରାୟଣ ଜେଠୀ,ଉପ ଜିଲ୍ଲାପାଳ ଶ୍ରୀ ପ୍ରଦୀପ କୁମାର ସାହୁ, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ଜଗତସିଂହପୁର ଶ୍ରୀ ଆଶୁତୋଷ ମିଶ୍ର, ତହସିଲଦାର, ଜଗତସିଂହପୁର ଶ୍ରୀ ତାରିଣୀ ରଞ୍ଜନ ରାୟ, ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ଶୁଣାଣି କରିଥିଲେ।