ନବରଙ୍ଗପୁର, ୨୧/୦୨, ଅଶୋକ ସାହୁ ଶାସକ ପ୍ରଶାସକ.: ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ଦ୍ଵାରା ବଡୋଦାଇଭଟ୍ଟା ଉଚ ପ୍ରାଥମିକ ବିଦ୍ୟାଳୟରେ ସ୍ଥାଇ ଲୋକ ଅଦାଲତ ଏବଂ ପ୍ରବାସୀ ଶ୍ରମିକ ଙ୍କ ନିମନ୍ତେ ଏକ ଆଇନ ସଚେତନତା ଶିବିର ଅନୁଷ୍ଠୀତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁରର ଅଧ୍ୟକ୍ଷ ତଥା ଜିଲ୍ଲା ଦୌରାଜର୍ଜ ଶ୍ରୀଯୁକ୍ତ. ସଂଜୀବ ଦୁବେଙ୍କ ନିର୍ଦେଶ କ୍ରମେ ଆୟୋଜିତ ହୋଇଥିଲା । ଏହି କାର୍ଯ୍ୟକ୍ରମ ରେ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀଯୁକ୍ତ ଜନକ ରାଉତ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ ଏବଂ ସ୍ଥାଇ ଲୋକ ଅଦାଲତ ବିଷୟରେ ଆଲୋକପାତ କରିଥିଲେ। ଏହି କାର୍ଯ୍ୟକ୍ରମରେ ଅନ୍ୟତମ ଅତିଥିଭାବେ ନନ୍ଦହାଣ୍ଡି ବ୍ଲକ ଉନ୍ନୟନ ଅଧିକାରୀ ଶ୍ରୀଯୁକ୍ତ କ୍ଷୀରୋଦ ଚନ୍ଦ୍ର ସାହୁ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ପ୍ରଶାନ୍ତ କୁମାର ପଟ୍ଟନାୟକ, ଅତିରିକ୍ତ ଶ୍ରମ ଅଧିକାରୀ ଶ୍ରୀଯୁକ୍ତ ଛୋଟରାୟ ଟୁଡୁ, ଶ୍ରୀଯୁକ୍ତ ରାଜ କିଶୋର ନାଗ ଏବଂ ପାରା ଲିଗାଲ ସଦସ୍ୟ ପ୍ରମୁଖ ଯୋଗ ଦେଇଥିଲେ। ସମସ୍ତ ଅଧିକାରୀ ମାନେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଦ୍ଵାରା ପ୍ରଣିତ ବିଭିନ୍ନ ଜନହିତକାରୀ ଯୋଜନା କୁ ନେଇ ଆଲୋକପାତ କରିଥିଲେ । ପରିଶେଷରେ ବିଦ୍ୟାଳୟର ଶିକ୍ଷୟିତ୍ରୀ ଜାହ୍ନଭି ପଣ୍ଡା ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ଦ୍ଵାରା ପରିଚାଳନା କରାଯାଇଥିଲା ।
Sign in
Sign in
Recover your password.
A password will be e-mailed to you.
Prev Post