ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି: ଗୁଣପୁର ଏକଲବ୍ୟ ଆବାସିକ ଆଦର୍ଶ ଦ୍ୟାଳୟର ବାର୍ଷିକ ଉତ୍ସବ ପାଳିତ ହୋଇଯାଉଛି। ବିଦ୍ୟାଳୟର ଅଧ୍ୟକ୍ଷ ଅନନ୍ତ କୁମାର ତ୍ରିପାଠୀଙ୍କ ଅଧ୍ଯକ୍ଷତାରେ ରେ ଆୟୋଜିତ ଉତ୍ସବରେ ଗୁଣପୁର ବିଧାୟକ ରଘୁନାଥ ଗମାଙ୍ଗ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କୋଠର ପରିଶ୍ରମ ଓ ଦୃଢ଼ ଇଚ୍ଛାଶକ୍ତି ଦ୍ବାରା ଜୀବନର ଲକ୍ଷ୍ୟ ହାସଲ ହୋଇପାରିବ ବୋଲି ଛାତ୍ରଛାତ୍ରୀଙ୍କୁ ପରାମର୍ଶ ମର୍ଶ ଦେଇଥିଲେ । ମୁଖ୍ୟବକ୍ତା ଭାବେ । ସ୍କୁଲ ନିରୀକ୍ଷକ ଶ୍ୟାମଘନ ସୂୟାଁ ଯୋଗ ଦେଇ ଛାତ୍ରଛାତ୍ରୀଙ୍କ ସଫଳତା ଶିକ୍ଷକ ଓ ଶିକ୍ଷୟତ୍ରୀଙ୍କ ଗୁରୁ ଦାୟିତ୍ଵ ଉପରେ ଗୁରୁତ୍ୱାରୋପ କରିଥିଲେ । ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜିଲ୍ଲା
କଲ୍ୟାଣ ଅଧିକାରୀ ପ୍ରଦୀପ୍ତ ଦଳାଇ, ସୁରଜ ନାୟକ, ଦୁକ କଲ୍ୟାଣ ଅଧିକାରୀ ଗଙ୍ଗାଧର ବେହେରା ପ୍ରମୁଖ ମଞ୍ଚାସୀନ ହୋଇ ଛାତ୍ରଛାତ୍ରୀଙ୍କୁ ବିଭିନ୍ନ ପରାମର୍ଶ ଦେଇଥିଲେ । ଏହି ଅବସରରେ ବାର୍ଷିକ ଉତ୍ସବ ଅବସରରେ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାର କୃତୀ ଛାତ୍ରଛାତ୍ରୀଙ୍କୁ ଅତିଥିଙ୍କ ଦ୍ବାରା ପୁରସ୍କୃତ କରାଯାଇଥିଲା। ଶିକ୍ଷୟିତ୍ରୀ ଅଙ୍କିତା ଚୌଧୁରୀ ବାର୍ଷିକ ବିବରଣୀ ପାଠ କରି ବିଦ୍ୟାଳୟର ସଫଳତା ଓ ସମସ୍ୟାର ସମ୍ପର୍କରେ ଅତିଥିମାନଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ଶିକ୍ଷକ ସୀମାଞ୍ଚଳ ପାତ୍ର ଧନ୍ୟବାଦ ଅର୍ପଣ କରିଥିବା ବେଳେ ଛାତ୍ରଛାତ୍ରୀଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଉଥିଲା l