-
ବହୁ ସଂଖ୍ୟକ ପେଶାଦାର ବ୍ୟକ୍ତି ଏବଂ ଜାତୀୟ ରାଜନୈତିକ ଦଳମାନଙ୍କର ନେତା ବି ଆବେଦନ କରିଛନ୍ତି ଟିକଟ
-
ଚିନ୍ତାରେ ଦଳୀୟ ବିଧାୟକ ଓ ନେତା , ଟିକେଟ ପାଇବେ ନା ବାହାରୁ ଆସି ମାରିନେବେ ଟିକେଟ
ଭୁବନେଶ୍ୱର : ବିଜେଡି ପ୍ରାର୍ଥୀ ହେବାପାଇଁ ପ୍ରାୟ ୧୦୦୦୦ରୁ ଅଧିକ ଲୋକ ଆବେଦନ କରିଛନ୍ତି ଓ ଏଥିରୁ ବିଜେଡିର ଲୋକ ପ୍ରିୟତା ପ୍ରମାଣିତ ହେଉଛି ବୋଲି ବିଜେଡି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ କହିଛନ୍ତି |
ନିଜ “X” ହାଣ୍ଡଲରେ ଶ୍ରୀ ଦାସ କହିଛନ୍ତି ଯେ ” ବିଗତ କିଛି ବର୍ଷ ଧରି ଜାତୀୟସ୍ତରର ସବୁ ସର୍ଭେ ରିପୋର୍ଟ, ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କୁ ଦେଶର ୧ ନମ୍ବର ମୁଖ୍ୟମନ୍ତ୍ରୀ ହୋଇଥିବାର ଗୈାରବ ପ୍ରଦାନ କରିଛି । ସେହିଭଳି ୨୦୨୨ ପଂଚାୟତ ନିର୍ବାଚନରେ ୫୨ ପ୍ରତିଶତରୁ ଅଧିକ ଭୋଟ ହାର ସାଙ୍ଗକୁ ୩୦ ରୁ ୩୦ ଜିଲ୍ଲା ପରିଷଦରେ ଜିତାଇ, ବିଜୁ ଜନତା ଦଳ ଯେ ଓଡ଼ିଶାର ୧ ନମ୍ବର ରାଜନୈତିକ ଦଳ, ଓଡ଼ିଶାବାସୀ ତାହା ପ୍ରମାଣିତ କରିଛନ୍ତି ।”
ସେ ଆହୁରି ମଧ୍ୟ କହିଛନ୍ତି ଯେ ” ଏହି ଦୁଇଟି ନିରାଟ ସତ୍ୟ, ସାଢ଼େ ୪ କୋଟି ଓଡ଼ିଶାବାସୀଙ୍କ ବିଜୁ ଜନତା ଦଳ ଓ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ପ୍ରତି ଭଲପାଇବାକୁ ପ୍ରତିପାଦିତ କରୁଛି । ୨୦୨୪ ସାଧାରଣ ନିର୍ବାଚନରେ ଦଳୀୟ ଟିକେଟ ପାଇଁ ୧୦ ହଜାରରୁ ଅଧିକ ଆବେଦନ ଦଳ ପାଖରେ ପ୍ରାପ୍ତ ହୋଇଛି। ଅତ୍ୟନ୍ତ ଖୁସିର କଥା ଯେ, ବହୁ ସଂଖ୍ୟକ ପେଶାଦାର ବ୍ୟକ୍ତି ଏବଂ ଜାତୀୟ ରାଜନୈତିକ ଦଳମାନଙ୍କର ନେତାମାନେ ମଧ୍ୟ ବିଜେଡି ଟିକେଟ ପାଇଁ ଆବେଦନ କରୁଛନ୍ତି । ଆମର ଦୃଢ଼ ବିଶ୍ୱାସ ଏହି ନିର୍ବାଚନରେ ସାଢ଼େ ୪ କୋଟି ଓଡ଼ିଶାବାସୀଙ୍କ ଆଶୀର୍ବାଦ ବଳରେ ବିଜୁ ଜନତା ଦଳ ଏକ ଐତିହାସିକ ବିଜୟ ଆଡକୁ ଗତି କରୁଛି । ଏହି ବିପୁଳ ସଂଖ୍ୟକ ଆବେଦନ ଦର୍ଶାଉଛି, ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ନେତୃତ୍ୱ ପ୍ରତି ଲୋକଙ୍କ ଆସ୍ଥା ଓ ବିଶ୍ୱାସ ବଢ଼ି ବଢ଼ି ଚାଲିଛି। ନବୀନ ବାବୁଙ୍କୁ ଲାଗାତାର ଷଷ୍ଠ ଥର ପାଇଁ ମୁଖ୍ୟମନ୍ତ୍ରୀ ଆସନରେ ବସାଇବା ପାଇଁ ଓଡ଼ିଶାବାସୀ ମନ ସ୍ଥିର କରିସାରିଛନ୍ତି ।”
ବହୁ ସଂଖ୍ୟକ ପେଶାଦାର ବ୍ୟକ୍ତି ଏବଂ ଜାତୀୟ ରାଜନୈତିକ ଦଳମାନଙ୍କର ନେତା ବି ଆବେଦନ କରିଛନ୍ତି ବୋଲି ଜଣାପଡିବା ପରେ ଏବେ ଚିନ୍ତାରେ ବହୁ ଦଳୀୟ ବିଧାୟକ ଓ ଦଳର ନେତା | ସେମାନେ ଟିକେଟ ପାଇବେ ନା ବାହାରୁ ଆସି ମାରିନେବେ ଟିକେଟ, ଏଇ ଦ୍ବନ୍ଦ୍ବରେ ସେମାନେ |