ସୁବର୍ଣ୍ଣପୁର ର ବୀରମହାରାଜପୁର କୁ NAC ଘୋଷଣା କଲେ ମୁଖ୍ୟମନ୍ତ୍ରୀ .

0

ଭୁବନେଶ୍ବର: ସୁବର୍ଣ୍ଣପୁର ଜିଲ୍ଲାର ବୀରମହାରାଜାପୁର ରେ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି |  ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ ଗତକାଲି 34 ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ ବିଷୟ ଘୋଷଣା କରିଥିଲେ |  ବୀରମହାରାଜପୁର ଏଥିରେ ସାମିଲ ହେବାଦ୍ୱାରା ନୂଆ ବିଜ୍ଞାପିତ ପରିଷଦ ସଂଖ୍ୟା 35 ରେ ପହଞ୍ଚିଲା | ବୀରମହାରାଜପୁର ସୁବର୍ଣ୍ଣପୁର ଜିଲ୍ଲାର ସବଡିଭିଜନ ମୁଖ୍ୟାଳୟ ଅଟେ |

Leave A Reply

Your email address will not be published.