ଶିଖରପୁରରେ ସି.ପି.ଆଇ.ଏମ୍ ର କର୍ମୀ ସମ୍ମିଳନୀ

0

ନୟାଗଡ଼,(ଲକ୍ଷ୍ମୀଧର ସାହୁ): ଶରଣକୁଳ ଥାନା ଶିଖରପୁରଠାରେ ସି.ପି.ଆଇ.(ଏମ୍) ପକ୍ଷରୁ ଏକ ବଡ଼ ଧରଣର କର୍ମୀ ସମ୍ମିଳନୀରେ କେନ୍ଦ୍ରରେ କୃଷକ-ଶ୍ରମିକ ବିରୋଧୀ ବିଜେପି ମେଣ୍ଟ ସରକାରକୁ ଏବଂ ତାକୁ ସମର୍ଥନ କରୁଥିବା ଓଡିଶାର ବିଜେଡ଼ି ଦଳକୁ ଆଗାମୀ ସାଧାରଣ ନିର୍ବାଚନରେ ପରାସ୍ତ କରିବା ପାଇଁ ନିଷ୍ପତ୍ତି ନେବା ସହିତ ସି.ପି.ଆଇ.ଏମ୍ ପ୍ରାର୍ଥୀଙ୍କୁ ବିଜୟୀ କରିବା ପାଇଁ ଅଣ୍ଟା ଭିଡିବାକୁ ଶପଥ ନିଆଯାଇଛି। ପାର୍ଟିର ବରିଷ୍ଠ ନେତା ବିଶ୍ଵନାଥ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସମ୍ମିଳନୀରେ ରାଜ୍ୟ ସଂପାଦକ ମଣ୍ଡଳୀ ସଭ୍ୟ କମ୍ରେଡ୍ ସୁରେଶ ପାଣିଗ୍ରାହୀ ଓ ଦୁଷ୍ମନ୍ତ ଦାସ କେନ୍ଦ୍ର ବିଜେପି ସରକାରର ଦରବୃଦ୍ଧି ନୀତି,ଘରୋଇକରଣ ନୀତି, ଗଣତନ୍ତ୍ର ଆଉ ସାମ୍ବିଧାନିକ ବିଧିବ୍ୟବସ୍ଥା ବିରୋଧୀ ଏକଛତ୍ରବାଦ ନୀତି ବିରୁଦ୍ଧରେ ବ୍ୟାପକ ଆଲୋଚନା ରଖିଥିଲେ। ଜିଲ୍ଲାର ଅନ୍ୟତମ ନେତୃତ୍ବ କମ୍ରେଡ୍ ଶରତଚନ୍ଦ୍ର ବେହେରା, ଗୋଲକ ବିହାରୀ ମୁଦୁଲି, ପବିତ୍ର ଇନ୍ଦ୍ରଜିତ, ନିତ୍ୟାନନ୍ଦ ପରିଡ଼ା, ସୁରେଶ ଚନ୍ଦ୍ର ସ୍ବାଇଁ ପ୍ରମୁଖ ଆଲୋଚନାରେ ଭାଗ ନେଇଥିଲେ। ଯୁବଫେଡେରେସନ୍ ର ରାଜ୍ୟ ସଭାପତି ତଥା ଅଞ୍ଚଳର ଗଣ ଆନ୍ଦୋଳନର ନେତା ସରୋଜ କୁମାର ନାୟକ ଧନ୍ୟବାଦ ଅର୍ପଣ କରିଥିଲେ ଏବଂ ଶ୍ରମିକନେତା କପିଳ ସାହୁ ଉଦ୍ଜାପନୀ ସଙ୍ଗୀତ ଗାନ କରିଥିଲେ।

Leave A Reply

Your email address will not be published.