ବାଣପୁର (ସେକ କୌସର ): ଖୋର୍ଦ୍ଧା ଜିଲ୍ଲା ବାଣପୁର ଅଞ୍ଚଳକୁ ରାଜସ୍ୱ ଉପଖଣ୍ଡ ଦାବି ଜୋର ଧରିଛି। ଦୀର୍ଘ ଦିନ ଧରି ଚାଲିଥିବା ଏହି ଦାବିକୁ ଆଗକୁ ବଢେଇବା ପାଇଁ ଯୁବ ସମାଜସେବୀ ଶେଷଦେବ ବରାଳ ପ୍ରସ୍ତୁତ ହୋଇଛନ୍ତି। ଅଭିନବ ଉପାୟରେ ଏହି ଦାବିକୁ ସରକାରଙ୍କ ନିକଟରେ ପହଞ୍ଚାଇବା ପାଇଁ ଶେଷଦେବ ଆସନ୍ତାକାଲି ଠାରୁ ମା’ ଭଗବତୀ ମନ୍ଦିରରୁ ରାଜ୍ୟ ସଚିବାଳୟ ପର୍ଯ୍ୟନ୍ତ ପଦଯାତ୍ରା ଆରମ୍ଭ କରିବେ।ସେ ପ୍ରଥମେ ମା’ ଭଗବତୀଙ୍କ ଦର୍ଶନ କରି ମନ୍ଦିର ନିକଟରୁ ପଦଯାତ୍ରା ଆରମ୍ଭ କରି ବାଣପୁର ବ୍ଲକ ଓ ତହସିଲରେ ଦାବି ପତ୍ର ପ୍ରଦାନ କରିବେ। ଏବଂ ସେଠାରୁ ଗମ୍ଭାରିମୁଣ୍ଡା ଦେଇ ନାଚୁଣୀରେ ପହଞ୍ଚିବେ। ନାଚୁଣୀରୁ ତାଙ୍କ ପଦଯାତ୍ରା ଖୋର୍ଦ୍ଧା ଜିଲ୍ଲାପାଳଙ୍କ କାର୍ଯ୍ଯାଳୟରେ ପହଞ୍ଚିବ। ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କରି ଶେଷଦେବ ସଚିବାଳୟ ଅଭିମୁଖେ ପଦଯାତ୍ରା ଆରମ୍ଭ କରିବେ।ତେବେ ‘ବାଣପୁର ୟୁଥ ଭଏସ’ ର ସଂପୂର୍ଣ୍ଣ ସହଯୋଗରେ ପ୍ରାୟ ଶତାଧିକ ଯୁବକ ଏହି ପଦଯାତ୍ରାରେ ସାମିଲ ହେବ ବୋଲି ଜଣାପଡିଛି। ଅନ୍ୟପକ୍ଷରେ ଏହା ଏକ ପ୍ରଶଂସନୀୟ ପ୍ରୟାସ ଏବଂ ଏହି ପଦଯାତ୍ରାରେ ବାଣପୁର ଜନସାଧାରଣ ବହୁଳ ପରିମାଣରେ ସାମିଲ ହେବା ଲାଗି ବୁଦ୍ଧିଜୀବୀମାନେ ନିବେଦନ କରିଛନ୍ତି।
Sign in
Sign in
Recover your password.
A password will be e-mailed to you.
Prev Post