ଜଗତସିଂହପୁର,ତା-୨୭.୦୨.୨୦୨୪/ସୁମନ୍ତ କୁମାର ଦାସ: ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ରଘୁନାଥପୁର ବ୍ଲକ କାର୍ଯ୍ୟାଳୟର ଠାରେ ଅନୁଷ୍ଠିତ ହୋଇଯାଇଅଛି।ଏହି ଅଭିଯୋଗ ଶିବିର ରେ ଉପସ୍ଥିତ ରହି ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱରି,ଭା. ପ୍ର .ସେ. ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ। ଆଜି ମୋଟ 108ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ 93 ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ 15 ଟି, ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ରେସନ୍ କାର୍ଡ ସମସ୍ୟା ସମ୍ପର୍କୀୟ 21 ଟି, ଆବାସ ଯୋଜନା ସମ୍ପର୍କୀୟ 06 ଟି, ଜମିଜମା ସମସ୍ୟା ସମ୍ପର୍କୀୟ 15 ଟି, ଭତ୍ତା ପାଇବା ପାଇଁ 8 ଟି, ପୋଲିସ ସହାୟତା ପାଇବା ପାଇଁ 01ଟି, ଅନ୍ୟାନ୍ୟ 21 ଟି ଅଭିଯୋଗର ଶୁଣାଣି କରାଯାଇଥିଲା। 21ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା। ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ରାହୁଲ ପି ଆର୍, ମୁଖ୍ୟ ବିକାଶ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଶ୍ରୀ ରବିନାରାୟଣ ଜେଠୀ,ଉପ ଜିଲ୍ଲାପାଳ ଶ୍ରୀ ପ୍ରଦୀପ କୁମାର ସାହୁ, ଗୋଷ୍ଠୀ ଉନ୍ନୟନ ଅଧିକାରୀ,ରଘୁନାଥପୁର ଶ୍ରୀମତୀ ନମିତା ବାରିକ , ତହସିଲଦାର, ରଘୁନାଥପୁର ଅଭିପ୍ସା ପଟ୍ଟନାୟକ ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ଶୁଣାଣି କରିଥିଲେ।
Sign in
Sign in
Recover your password.
A password will be e-mailed to you.