ଶ୍ରୀ ଜଗନ୍ନାଥ ମନ୍ଦିର ରତ୍ନ ଭଣ୍ଡାର ମୂଲ୍ୟବାନ୍ ବସ୍ତୁ ଓ ଅଳଙ୍କାର ତାଲିକା ପ୍ରସ୍ତୁତି ତଦାରଖ ପାଇଁ କମିଟି ଗଠନ କଲେ ମୁଖ୍ୟମନ୍ତ୍ରୀ

0 1
  • ସୁପ୍ରିମ କୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଅରିଜିତ୍ ପଶାୟତ ଅଧ୍ୟକ୍ଷ

  • ପ୍ରସିଦ୍ଧ ହୃଦରୋଗ ବିଶେଷଜ୍ଞ ଡ୍ ରମାକାନ୍ତ ପଣ୍ଡା ଉପାଧ୍ୟକ୍ଷ

Imageଭୁବନେଶ୍ବର: ଓଡିଶା ହାଇକୋର୍ଟଙ୍କ ଶ୍ରୀ ଜଗନ୍ନାଥ ମନ୍ଦିର ରତ୍ନଭଣ୍ଡାର ସମ୍ପର୍କିତ ନିର୍ଦ୍ଦେଶ ଅନୁଯାୟୀ, ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ, ସୁପ୍ରିମ କୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଅରିଜିତ୍ ପଶାୟତଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି। ଏହି କମିଟି ରତ୍ନ ଭଣ୍ଡାରରେ ଥିବା ମହାପ୍ରଭୁଙ୍କ ଅଳଙ୍କାର ଏବଂ ବିଭିନ୍ନ ମୂଲ୍ୟବାନ ବସ୍ତୁର ତାଲିକା ପ୍ରସ୍ତୁତି କାର୍ଯ୍ୟ ତଦାରଖ କରିବେ। ଏହି କମିଟିରେ ଅଧ୍ୟକ୍ଷଙ୍କ ସହିତ ୧୨ ଜଣ ସଦସ୍ୟ ଅଛନ୍ତି।

ଏହି କମିଟିରେ ଥିବା ଅନ୍ୟ ସଦସ୍ୟମାନେ ହେଲେ-
– ପ୍ରସିଦ୍ଧ ହୃଦରୋଗ ବିଶେଷଜ୍ଞ ଡ. ରମାକାନ୍ତ ପଣ୍ଡା, ଉପାଧ୍ୟକ୍ଷ
– ଡ. ବିଧୁଭୁଷଣ ସାମଲ, ଆଲ୍ଲାହାବାଦ ବ୍ୟାଙ୍କର ପୂର୍ବତନ CMD
– ଶ୍ରୀ ଏ.କେ. ସାବତ, ଚାର୍ଟାର୍ଡ ଆକାଉଣ୍ଟାଣ୍ଟ,
– ପୁରୀ ଗଜପତି ମହାରାଜା ତଥା ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟିର ଅଧ୍ୟକ୍ଷ ଶ୍ରୀ ଦିବ୍ୟସିଂହ ଦେବ ଙ୍କ ପ୍ରତିନିଧି

– ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥାର ପ୍ରତିନିଧି
– ଶ୍ରୀ ଦୁର୍ଗାପ୍ରସାଦ ଦାସ ମହାପାତ୍ର, ସେବକ ପ୍ରତିନିଧି
– ଶ୍ରୀ ମାଧବ ଚନ୍ଦ୍ର ମହାପାତ୍ର, ସେବକ ପ୍ରତିନିଧି
– ଶ୍ରୀ ଜଗନ୍ନାଥ କର , ସେବକ ପ୍ରତିନିଧି
– ଶ୍ରୀ ଗଣେଶ ମେକାପ, ଭଣ୍ଡାର ମେକାପ ସେବକ
ଏବଂ – ପୁରୀ ଜିଲ୍ଲାପାଳ ତଥା ଶ୍ରୀ ଜଗନ୍ନାଥ ମନ୍ଦିର ର ଉପମୁଖ୍ୟ ପ୍ରଶାସକ |
– ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକ- ସଦସ୍ୟ ଆବାହକ ଭାବରେ କାର୍ଯ୍ୟ କରିବେ.

Leave A Reply

Your email address will not be published.