ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଦ୍ବାରା ଗଜପତି ଷ୍ଟାଡିୟମ୍ ଠାରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତୀୟ ହ୍ବିଲ୍ ଚେୟାର ଦିବସ ପାଳିତ ହୋଇଯାଇଛି।
ଉକ୍ତ କାର୍ଯ୍ୟକ୍ରମରେ ସକାଳ ୮.ଘଟିକା ସମୟରେ ଗଜପତି ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ଆସିଥିବା ଦିବ୍ୟାଙ୍ଗ ବ୍ୟକ୍ତି ଙ୍କ ନିମନ୍ତେ କାମ କରୁଥିବା ଏନ୍ ଜି ଓ ର କର୍ମକର୍ତ୍ତା , ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ୱୟଂ ଶାସିତ ମହାବିଦ୍ୟାଳୟ ଓ ମହିଳା ସ୍ନାତକ ମହାବିଦ୍ୟାଳୟର ଏନ୍ ସି ସି ଓ ଏନ୍ ଏସ୍ ଏସ୍ ଛାତ୍ର ଛାତ୍ରୀ ଏବଂ ବିଭାଗୀୟ କର୍ମକର୍ତ୍ତାଙ୍କ ଗହଣରେ ପଦଯାତ୍ରା ଆରମ୍ଭ କରାଯାଇଥିଲା। ଉକ୍ତ ପଦଯାତ୍ରାକୁ ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ ଏହି ପଦଯାତ୍ରା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରୁ ଆରମ୍ଭ ହୋଇ ସ୍ଥାନୀୟ ଗଜପତି ଷ୍ଟାଡିୟମ୍ ଠାରେ ଶେଷ ହୋଇଥିଲା।
ଉକ୍ତ କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ମେଳାର ଆୟୋଜନ କରାଯାଇଥିଲା। ଏଥିରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ଵାସ୍ଥ୍ୟ ଅଧିକାରୀ ଡ଼ା.ପ୍ରଦୀପ କୁମାର ପାତ୍ର ଙ୍କ ସହ ଅସ୍ଥୀଶଲ୍ୟ ବିଶେଷଜ୍ଞ ଡ଼ାକ୍ଟର ଯୋଗ ଦେଇଥିଲେ ଏବଂ ଭିନ୍ନକ୍ଷମ ବ୍ୟକ୍ତିଙ୍କ ବିଭିନ୍ନ ସ୍ବାସ୍ଥ୍ୟଗତ ସମସ୍ୟାର ପରୀକ୍ଷା କରିବା ସଙ୍ଗେ ସଙ୍ଗେ ମାଗଣା ଔଷଧ ବିତରଣର ବ୍ୟବସ୍ଥା ମଧ୍ୟ କରାଯାଇଥିଲା।
ଏହାପରେ ଏକ ସାଧାରଣ ସଭା ଆୟୋଜନ ହୋଇଥିଲା। ଉକ୍ତ ସଭାରେ ଜିଲ୍ଳାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଶ୍ରୀଯୁକ୍ତ ଜି.ତିରୁପତି ରାଓ , ସଭାପତି , ଜିଲ୍ଲା ପରିଷଦ , ଗଜପତି , ସମ୍ମାନିତ ଅତିଥି ଭାବରେ ଶ୍ରୀମତୀ ନିର୍ମଳା ସେଠୀ , ଅଧ୍ୟକ୍ଷା , ପୌରପରିଷଦ ପାରଳାଖେମୁଣ୍ଡି , ସୁଶ୍ରୀ ସରୋଜିନୀ ରଇତ , ପୂଜାସ୍ଵିନୀ ନାୟକ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ଉକ୍ତ ସଭାରେ ଡଃ.ପ୍ରଦୀପ କୁମାର ପାତ୍ର , ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ଵାସ୍ଥ୍ୟ ଅଧିକାରୀ , ଗଜପତି ମୁଖ୍ୟବକ୍ତା ଭାବରେ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମକୁ ଶ୍ରୀଯୁକ୍ତ ସନ୍ତୋଷ କୁମାର ନାୟକ , ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ମଞ୍ଚ ପରିଚାଳନା କରିଥିଲେ।
ଭିନ୍ନକ୍ଷମଙ୍କ ଅଧିକାର ଅଧିନିୟମ ୨୦୧୬ ବିଷୟରେ ସମର୍ଥ ଅନୁଷ୍ଠାନର ସମ୍ପାଦକ ଶ୍ରୀ ସନ୍ତୋଷ କୁମାର ମହାରଣା ଉପସ୍ଥିତ ସମସ୍ତଙ୍କୁ ଅବଗତ କରାଇଥିଲେ। ମଞ୍ଚାସୀନ ଅତିଥିଙ୍କ ଦ୍ବାରା ଉକ୍ତ କାର୍ଯକ୍ରମରେ ୫ ଜଣ ଶାରୀରିକ ଭିନ୍ନକ୍ଷମ ବ୍ୟକ୍ତିଙ୍କୁ ଯଥା ଜି.ସନ୍ତୋଷି , ପି.ଦିଲେଶ୍ଵର ରାଓ , ଶୈବନ ରଇତ , ଆର.ସାଇ କୁମାର ଓ ସମୀର ରାଘବଙ୍କୁ ହୁଇଲ ଚେୟାର ବଣ୍ଟନ କରାଯାଇଥିଲା ଏବଂ ୪୦ ଜଣ ଅତିଦୁର୍ବଳ ଶାରୀରିକ ଭିନ୍ନକ୍ଷମ ଶିଶୁଙ୍କୁ ପୁଷ୍ଟିକର ଖାଦ୍ୟ କିଟ୍ ବଣ୍ଟନ କରାଯାଇଥିଲା। ଗଜପତି ଜିଲ୍ଲା କଳା ପରିଷଦ କଳାକାରଙ୍କ ଦ୍ଵାରା ପ୍ରାରମ୍ଭିକ ସଙ୍ଗୀତ ପାରଳାଖେମୁଣ୍ଡି ଓ ଦୁଇ ଭିନ୍ନକ୍ଷମ ଯଥା ଏସ.ସିମାଞ୍ଚଳ ଓ ଲକ୍ଷ୍ମୀ ନୃସିଂହ ପଟ୍ଟନାୟକଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ଅଂଶ ଗ୍ରହଣ କରିଥିବା ସମସ୍ତ କଳାକାରଙ୍କୁ ଅତିଥିଙ୍କ ଦ୍ଵାରା ପ୍ରଶଂସା ପତ୍ର ସହ ସମ୍ମାନିତ କରାଯାଇଥିଲା।
ଏହି କାର୍ଯକ୍ରମରେ ୨୯୩ ଜଣ ଅଂଶଗ୍ରହଣକାରୀ ଯୋଗ ଦେଇଥିଲେ। ଶେଷରେ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରି ସଭା ସାଙ୍ଗ କରିଥିଲେ।
Sign in
Sign in
Recover your password.
A password will be e-mailed to you.