ଭିନ୍ନକ୍ଷମ ଛାତ୍ରଛାତ୍ରୀଙ୍କ ଶିକ୍ଷା ନିମନ୍ତେ ନିୟୋଜତ ଶିକ୍ଷା ସ୍ବେଚ୍ଛାସେବୀ (PHIEV) ମାନଙ୍କ ପାରିଶ୍ରମିକ ୧୦ ହଜାର ଟଙ୍କାକୁ ବୃଦ୍ଧି

0 2

ଭବନେଶ୍ବର: ରାଜ୍ୟର ବିଭିନ୍ନ ବିଦ୍ୟାଳୟ ମାନଙ୍କର ଅଧ୍ୟୟନରତ ଭିନ୍ନକ୍ଷମ ଛାତ୍ରଛାତ୍ରୀ ମାନଙ୍କୁ ଶିକ୍ଷା ତଥା ସ୍ବତନ୍ତ୍ର ସେବା ଯୋଗାଇବା ନିମନ୍ତେ ରାଜ୍ୟ ସରକାର ୨୦୧୪ ମସିହାରୁ ବିଭିନ୍ନ ଗ୍ରାମ ପଞ୍ଚାୟତ ମାନଙ୍କରେ ଭିନ୍ନକ୍ଷମ ଶିକ୍ଷା ସ୍ବେଚ୍ଛାସେବୀ (PHIEV) ମାନଙ୍କୁ ନିୟୋଜିତ କରାଯାଇଥିଲା । ବର୍ତ୍ତମାନ ଏହି ଶିକ୍ଷା ସ୍ବେଚ୍ଛାସେବୀ ମାନଙ୍କୁ ମାସିକ ୫୩୭୯ ଟଙ୍କା ପାରିତୋଷିକ ଭାବରେ ଦିଆଯାଉଥିଲା। ଉକ୍ତ ଭିନ୍ନକ୍ଷମ ଶିକ୍ଷା ସ୍ବେଚ୍ଛାସେବୀ ମାନଙ୍କ ବିଭିନ୍ନ ଦାବୀକୁ ସହୃଦୟତାର ସହ ବିଚାର କରି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସେମାନଙ୍କ ପାରିତୋଷିକକୁ ମାସିକ ୫୩୭୯ ଟଙ୍କାରୁ ୧୦,୦୦୦ ହଜାର ଟଙ୍କାକୁ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି କରିଛନ୍ତି ।

ଏହାଦ୍ବାରା ରାଜ୍ୟରେ ବର୍ତ୍ତମାନ ନିୟୋଜିତ ୧୧୧୭ ଜଣ ଭିନ୍ନକ୍ଷମ ଶିକ୍ଷା ସ୍ବେଚ୍ଛାସେବୀ (PHIEV) ଉପକୃତ ହେବେ । ସୂଚନାଯୋଗ୍ୟ ଯେ 5-T ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନ ଜିଲ୍ଲା ଗସ୍ତ ଅବସରରେ ସେମାନେ ସେମାନଙ୍କ ଅସୁବିଧା ସଂପର୍କରେ ଅଧ୍ୟକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ।

Leave A Reply

Your email address will not be published.