ରାଜ୍ୟର ଉର୍ଦ୍ଦୁ ଶିକ୍ଷକଙ୍କ ମାସିକ ପାରିଶ୍ରମିକ ୭,୪୦୦ ରୁ ୧୫,୦୦୦ ଟଙ୍କାକୁ ବୃଦ୍ଧି: ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

0 2

ଭୁବନେଶ୍ବର: ରାଜ୍ୟର ଉଚ୍ଚ ପ୍ରାଥମିକ, ମଧ୍ୟ ଇଂରାଜୀ ବିଦ୍ୟାଳୟ ଗୁଡିକରେ ନିୟୋଜିତ ଉର୍ଦ୍ଦୁ ଶିକ୍ଷକ ଏବଂ ସରକାରୀ ପୂର୍ଣ୍ଣ ଅନୁଦାନ ଓ ନୂତନ ଅନୁଦାନପ୍ରାପ୍ତ ଉଚ୍ଚ ବିଦ୍ୟାଳୟରେ କାର୍ଯ୍ୟରତ ଉର୍ଦ୍ଦୁ ସମ୍ବଳ ଶିକ୍ଷକମାନଙ୍କ ମାସିକ ପାରିଶ୍ରମିକକୁ ରାଜ୍ୟ ସରକାର ୭,୪୦୦ ଟଙ୍କାରୁ ୧୫,୦୦୦ ଟଙ୍କାକୁ ବୃଦ୍ଧି କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ।

ରାଜ୍ୟର ବିଭିନ୍ନ ଉଚ୍ଚ ପ୍ରାଥମିକ, ମଧ୍ୟ ଇଂରାଜୀ ବିଦ୍ୟାଳୟ, ଓ ଉଚ୍ଚ ବିଦ୍ୟାଳୟରେ ଉର୍ଦ୍ଦୁ ବିଷୟକୁ ପ୍ରାଥମିକ ଭାଷା ଭାବେ ଗ୍ରହଣ କରୁଥିବା ୧୦ରୁ ଉର୍ଦ୍ଧ୍ୱ ଥିବା ଛାତ୍ରଛାତ୍ରୀମାନଙ୍କ ପାଇଁ ରାଜ୍ୟ ସରକାର ଚୁକ୍ତିଭିତ୍ତିକ ଉର୍ଦ୍ଦୁ ଶିକ୍ଷକ ଓ ଉର୍ଦ୍ଦୁ ସମ୍ବଳ ଶିକ୍ଷକ ନିଯୁକ୍ତ କରିଛନ୍ତି । ପୂର୍ବରୁ ସେମାନଙ୍କୁ ମାସିକ ୭,୪୦୦ ଟଙ୍କା ପାରିଶ୍ରମିକ ବାବଦରେ ଦିଆଯାଉଥିଲା। ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ଏଣିକି ସେମାନେ ମାସିକ ୧୫,୦୦୦ ଟଙ୍କା ପାରିଶ୍ରମିକ ପାଇବେ। ରାଜ୍ୟ ସରକାରଙ୍କ ଏହି ନିଷ୍ପତ୍ତି ଅନୁଯାୟୀ ଉଚ୍ଚ ପ୍ରାଥମିକ, ମଧ୍ୟ ଇଂରାଜୀ ବିଦ୍ୟାଳୟ ଗୁଡିକରେ ନିୟୋଜିତ ୪୪ ଜଣ ଉର୍ଦ୍ଦୁ ଶିକ୍ଷକ ଏବଂ ସରକାରୀ ପୂର୍ଣ୍ଣ ଅନୁଦାନ ଓ ନୂତନ ଅନୁଦାନପ୍ରାପ୍ତ ଉଚ୍ଚ ବିଦ୍ୟାଳୟରେ କାର୍ଯ୍ୟରତ ୪୦ ଉର୍ଦ୍ଦୁ ସମ୍ବଳ ଶିକ୍ଷକ ଉପକୃତ ହେବେ।

ସୂଚନାଯୋଗ୍ୟ ଯେ 5T ଅଧ୍ୟକ୍ଷ ଶ୍ରୀ ଭି କେ ପାଣ୍ଡିଆନ ଜିଲ୍ଲା ଗସ୍ତ ଅବସରରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ନିୟୋଜିତ ଥିବା ଉର୍ଦ୍ଦୁ ଶିକ୍ଷକମାନେ ସେମାନଙ୍କ ଅସୁବିଧା ସଂପର୍କରେ ଅଧ୍ୟକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ।

Leave A Reply

Your email address will not be published.