ତିର୍ତ୍ତୋଲ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର

0 1

ଜଗତସିଂହପୁର: ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ତିର୍ତ୍ତୋଲ ବ୍ଳକ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି।ଏହି ଅଭିଯୋଗ ଶିବିର ରେ ଉପସ୍ଥିତ ରହି ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱରି,ଭା. ପ୍ର .ସେ. ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ। ଆଜି ମୋଟ 138ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ 130 ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ 8 ଟି, ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ରେସନ୍ କାର୍ଡ ସମସ୍ୟା ସମ୍ପର୍କୀୟ 13 ଟି, ଆବାସ ଯୋଜନା ସମ୍ପର୍କୀୟ 03 ଟି, ଜମିଜମା ସମସ୍ୟା ସମ୍ପର୍କୀୟ 42 ଟି, ଭତ୍ତା ପାଇବା ପାଇଁ 10ଟି, ପୋଲିସ ସହାୟତା ପାଇବା ପାଇଁ 04ଟି,ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ସହାୟତା ପାଇବା ପାଇଁ 05 ଟି ଏବଂ ଅନ୍ୟାନ୍ୟ 20 ଟି ଅଭିଯୋଗର ଶୁଣାଣି କରାଯାଇଥିଲା। 33ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା। ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ରାହୁଲ ପି ଆର୍, ମୁଖ୍ୟ ବିକାଶ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଶ୍ରୀ ରବିନାରାୟଣ ଜେଠୀ, ଗୋଷ୍ଠୀ ଉନ୍ନୟନ ଅଧିକାରୀ,ତିର୍ତ୍ତୋଲ, ଶ୍ରୀ ତପନ କୁମାର ସେନାପତି, ତହସିଲଦାର, ତିର୍ତ୍ତୋଲ,ଶ୍ରୀ ସତ୍ୟଜିତ ମହାପାତ୍ର, ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ଶୁଣାଣି କରିଥିଲେ।

Leave A Reply

Your email address will not be published.