ଭୁବନେଶ୍ୱର: ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ଏବଂ ପଞ୍ଚାୟତିରାଜ ଓ ଲୋକସେବା ଦିବସ ଅବସରରେ ବିଜୁବାବୁଙ୍କ ଜୀବନର ଉପରେ ଆଧାରିତ ଫଟୋଚିତ୍ର ପ୍ରଦର୍ଶନୀକୁ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ପଞ୍ଚାୟତିରାଜ ଓ ପାନୀୟ ଜଳ, ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ଶ୍ରୀ ପ୍ରଦିପ କୁମାର ଅମାତ ଆଜି ପୂର୍ବାହ୍ନରେ ଉଦ୍ଘାଟନ କରିଛନ୍ତିା
ଜୟଦେବ ଭବନଠାରେ ଅନୁଷ୍ଠିତ ଏହି ଫଟୋଚିତ୍ର ପ୍ରଦର୍ଶନୀରେ ଜଣେ ଦୁଃସାହସିକ ବୈମାନିକ ଭାବେ ଭାରତ ତଥା ଇଣ୍ଡୋନେସିଆ ସ୍ୱାଧୀନତା ସଂଗ୍ରାମରେ ବିଜୁବାବୁଙ୍କ ଅବଦାନ, ରାଜ୍ୟ ତଥା ଜାତୀୟ ରାଜନୀତିରେ ତାଙ୍କର ଉତ୍ତୁଙ୍ଗ ପ୍ରଭାବ, ଓଡ଼ିଶାରେ ତି୍ରସ୍ତରୀୟ ପଞ୍ଚାୟତିରାଜ ବ୍ୟବସ୍ଥାର ସୁଦୃଢ଼ୀକରଣ, ଓଡ଼ିଶାରେ ଶିଳ୍ପାୟନ ତଥା ଉନ୍ନୟନମୂଳକ ପ୍ରକଳ୍ପର ଭିତ୍ତିଭୂମି ପ୍ରତିଷ୍ଠାରେ ବଳିଷ୍ଠ ଅବଦାନ ଏବଂ ତାଙ୍କ ଅନ୍ୟାନ୍ୟ କୃତି ଓ କୀର୍ତ୍ତି ସଂପର୍କିତ ବିରଳ ଫଟୋଚିତ୍ର ପ୍ରଦର୍ଶିତ ହୋଇଛିା ସେହିପରି ମୁଦ୍ରା ଏବଂ ଡାକଟିକଟରେ ବିଜୁବାବୁ ଓ ତାଙ୍କ ଉତ୍ତୁଙ୍ଗ ବ୍ୟକ୍ତିତ୍ୱ ଉପରେ ପ୍ରକାଶିତ ବିଭିନ୍ନ ପୁସ୍ତକ ଏହି ପ୍ରଦର୍ଶନୀର ଅନ୍ୟତମ ଆକର୍ଷଣା
ସ୍ଥାନୀୟ ଜୟଦେବ ଭବନଠାରେ ଆୟୋଜିତ ଏହି ସ୍ୱତନ୍ତ୍ର ପ୍ରଦର୍ଶନୀକୁ ବିଭାଗୀୟ ମନ୍ତ୍ରୀ ଶ୍ରୀ ଅମାତ ବୁଲି ଦେଖିବା ସହ ଏହାର ଉଚ୍ଚ ପ୍ରଶଂସା କରିଥିଲୋ ଅନ୍ୟମାନଙ୍କ ମଧ୍ୟରେ ପଞ୍ଚାୟତିରାଜ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସୁଶୀଲ କୁମାର ଲୋହାନୀ, ସୂଚନା ଓ ଲୋକସଂପର୍କ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂହ, ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ ଶ୍ରୀ ସରୋଜ କୁମାର ସାମଲ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ନିର୍ଦ୍ଦେଶକ (ସ୍ୱତନ୍ତ୍ର ପ୍ରକଳ୍ପ) ଶ୍ରୀ ଜ୍ୟୋତିପ୍ରକାଶ ଦାସ ଓ ନିର୍ଦ୍ଦେଶକ ଶ୍ରୀ ମହେଶ୍ୱର ସ୍ୱାଇଁ, ବିଭାଗୀୟ ମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଡ. ପ୍ରଦୀପ କୁମାର ରାଉତ, ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସ, ସୂଚନା ଓ ଲୋକସଂପର୍କ ବିଭାଗର ଯୁଗ୍ମ ନିର୍ଦ୍ଦେଶକ ଶ୍ରୀ ସୂର୍ଯ୍ୟ ରଞ୍ଜନ ମହାନ୍ତି, ଉପନିର୍ଦ୍ଦେଶକ ଶ୍ରୀମତୀ ସୁଚେତା ପ୍ରିୟଦର୍ଶିନୀ, ସୂଚନା ଓ ଲୋକସଂପର୍କ ବିଭାଗର ଅଧିକାରୀବୃନ୍ଦଙ୍କ ସମେତ ଗଣମାଧ୍ୟମର ପ୍ରତିନିଧିମାନେ ଉଦ୍ଘାଟନ ସମୟରେ ଉପସ୍ଥିତ ଥିଲୋ
Sign in
Sign in
Recover your password.
A password will be e-mailed to you.