ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ବିଜୁବାବୁଙ୍କ ଜନ୍ମ ଜୟନ୍ତୀ ପାଳିତ

0

ଜଗତସିଂହପୁର – ଆଜି ପୂର୍ବାହ୍ନ ରେ ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ମହାନ ଜନନାୟକ, ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ ଙ୍କ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱରୀ ମୁନିସିପାଲିଟି ସମ୍ମୁଖରେ ବିଜୁପଟ୍ଟନାୟକ ଛକ ରେ ଥିବା ବିଜୁ ପଟ୍ଟନାୟକ ଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପ ମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ଏହି କାର୍ଯ୍ୟକ୍ରମ ରେ ଉପସ୍ଥିତ ରହି ପୌରପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଅର୍ଚ୍ଚନା ସିଂହ, ଉପାଧ୍ୟକ୍ଷ ଶ୍ରୀ ରାଜେନ୍ଦ୍ର କୁମାର ବିଶୋଇ ବିଜୁବାବୁ ଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜଗତସିଂହପୁର ତହସିଲଦାର ତଥା ଭାରପ୍ରାପ୍ତ ପୌର ନିର୍ବାହୀ ଅଧିକାରୀ ଶ୍ରୀ ତାରିଣୀ ରଞ୍ଜନ ରାୟ, ଜିଲ୍ଲା ସଂସ୍କୃତି ଅଧିକାରୀ ଶ୍ରୀ ଦିଲ୍ଲୀପ କୁମାର ଜେନା, ପୌର ପରିଷଦ ମୁଖ୍ୟ ସହାୟକ ଶ୍ରୀ ଦୀପକ ପଟ୍ଟନାୟକ, ପୌର କର୍ମଚାରୀ ଏବଂ ଗଣମାଧ୍ୟମ ପ୍ରତିନିଧି ମାନେ ଉପସ୍ଥିତ ଥିଲେ।

Leave A Reply

Your email address will not be published.