ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସ୍ତରୀୟ ଉଦ୍ୟୋଗୀ ଦିବସ ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ଶିଳ୍ପ କେନ୍ଦ୍ର ସଂସ୍ଥା ସମ୍ମିଳନୀ କକ୍ଷ ଠାରେ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଶ୍ରୀଯୁକ୍ତ ବଳରାମ ସୁଭଦ୍ଧି , ଉପନିର୍ଦ୍ଦେଶକ ଉଦ୍ୟାନ ବିଭାଗ ଶ୍ରୀଯୁକ୍ତ ଶୁଶାନ୍ତ ରଞ୍ଜନ ଦାସ ଓ ଶ୍ରୀଯୁକ୍ତ ସୁନାରାମ ସିଂ, ଜିଲ୍ଲା ଶିଳ୍ପ କେନ୍ଦ୍ର ସଂସ୍ଥା ସାଧାରଣ ପରିଚାଳକ ଗଜପତି , ପ୍ରମୁଖ ମଞ୍ଚାସୀନ ଥିଲେ।
ଏହି ଉଦ୍ୟୋଗୀ ଦିବସ ପାଳନ ଅବସରରେ ଗଜପତି ଜିଲ୍ଲାର ଅଣୁ , କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗୀ ମାନେ ଉତ୍ପାଦିତ ଦ୍ରବ୍ୟ ଏବଂ ସେମାନଙ୍କ ସଂସ୍ଥା ଦ୍ବାରା ପ୍ରଦାନ କରାଯାଉଥିବା ବିଭିନ୍ନ ସେବା ସମ୍ପର୍କରେ ଉପସ୍ଥିତ ଜନ ସାଧାରଣଙ୍କୁ ଅବଗତ କରାଇଥିଲେ।
ଏହି ବୈଠକରେ ପ୍ରଧାନମନ୍ତ୍ରୀଙ୍କ ନିଯୁକ୍ତି ସୃଜନ କାରି କାର୍ଯ୍ୟକ୍ରମ ଯୋଜନା ଓ ପ୍ରଧାନମନ୍ତ୍ରୀ ଅଣୁ ଖାଦ୍ୟ ଉଦ୍ୟୋଗ ପ୍ରକ୍ରିୟାକରଣ ବୈଧିକରଣ ଯୋଜନା , ଋଣ ପ୍ରଦାନ ସମ୍ବନ୍ଧ ବିଷୟରେ ଆଲୋଚନା କରାଯାଇଥିଲା।
ଏହି ବୈଠକରେ ଜିଲ୍ଲାର ଶିକ୍ଷିତ ବେକାର ଯୁବକଯୁବତୀ ମାନଙ୍କୁ ଅଣୁ , କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ପ୍ରତି ଆଗ୍ରହ ସୃଷ୍ଟି କରାଯିବ ଏବଂ ଏଥିରେ ଅଂଶୀ ଦାରୀ ହେବା ନିମନ୍ତେ ସରକାରଙ୍କ ଦ୍ବାରା ପରିଚାଳିତ ନୀତି ନିୟମ ସମ୍ପର୍କରେ ଅବଗତ କରାଯାଇଛି। ଜିଲ୍ଲାର କୁଶଳୀ କାରିଗର , ମହିଳା ସ୍ବୟଂ ସହାୟକ ଗୋଷ୍ଠୀ , ଅଣୁ , କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗୀ ବୃହତ୍ ଶିଳ୍ପର ପ୍ରତିନିଧି ମାନଙ୍କୁ କର୍ମଶାଳା ମାଧ୍ୟମରେ ପ୍ରୋତ୍ସାହନ ଦିଆଯିବ।
ଏହି କାର୍ଯ୍ୟକ୍ରମରେ ସ୍ଵଂୟ ସହାୟକ ଗୋଷ୍ଠୀ , ବିଭିନ୍ନ ଜିଲ୍ଲାସ୍ତରୀୟ ଅଧିକାରୀ , ଜନ ପ୍ରତିନିଧି ଓ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ।
Sign in
Sign in
Recover your password.
A password will be e-mailed to you.
Prev Post